ସୁରକ୍ଷାକର୍ମୀଙ୍କ ଆକ୍ରମଣରେ ୧୦ ଆତଙ୍କବାଦୀ ମୃତ

କ୍ୱେଟା,୩୦ ।୧୧: ପାକିସ୍ତାନର ଅଶାନ୍ତ ଅଞ୍ଚଳ ବଲୁଚିସ୍ତାନରେ ମଙ୍ଗଳବାର ସୁରକ୍ଷାକର୍ମୀଙ୍କ ସହ ମୁହାଁମୁହିଁରେ ୧୦ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ସେନାର ମିଡିଆ ୱିଙ୍ଗ ଏକ ବୟାନ ଜାରି କରି ଏହି ସୂଚନା ଦେଇଛି । ଇଣ୍ଟର ସର୍ଭିିସେଜ ପବ୍ଲିକ ରିଲେଶଂସ(ଆଇଏସପିଆର)ଅନୁଯାୟୀ, ବଲୁଚିସ୍ତାନ ଅଞ୍ଚଳର ହେଶବରେ ଗୁଇନ୍ଦ ସୂଚନା ଅନୁଯାୟୀ ଏକ ଆତଙ୍କବାଦୀ ଶିବିରକୁ ଖାଲି କରିବାକୁ ସୁରକ୍ଷାକର୍ମୀ ଏକ ଅପରେଶନ ଚଳାଇଥିଲେ, ଏହି ଅପରେଶନ ସମୟରେ ଉକ୍ତ ୧୦ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ, ମୃତ ଆତଙ୍କବାଦୀଙ୍କ ସୁରକ୍ଷାକର୍ମୀ ଓ ସାଧାରଣ ନାଗରିକଙ୍କ ଉପରେ ସଶସ୍ତ୍ର ଆକ୍ରମଣ କରିବା ଓ ଗ୍ୱାଦର-ହଶବ(ଏମ-୮) ରୋଡରେ ଇମ୍ପ୍ରୋଭାଇଜ୍‌ଡ ଏକ୍ସପ୍ଲୋସିଭ ଡିଭାଇସ(ଆଇଇଡି) ପ୍ଲାଣ୍ଟ କରିବାର ଅଭିଯୋଗ ରହିଥିଲା । ଆଇଏସପିଆର କହିଛି, ସୁରକ୍ଷାକର୍ମୀ ୧୨-୧୪ ଆତଙ୍କବାଦୀ ଶିବିର ଚିହ୍ନଟ କରିବା ପରେ ଏହାକୁ ଖାଲି କରିବା ପ୍ରକ୍ରିୟା ଆରମ୍ଭ କରିଥିଲେ । ହେଲେ ଆତଙ୍କବାଦୀମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି କରିବା ଆରମ୍ଭ କରିଦେଇଥିଲେ । ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ପରେ ୧୦ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା ଓ ଜଣେ ଆତଙ୍କବାଦୀଙ୍କୁ ଆହତ ଅବସ୍ଥାରେ ଧରାଯାଇଥିଲା । ଏହାସହ ଅନ୍ୟ ୨ ଆତଙ୍କବାଦୀ ସେଠାରୁ ପଳାଇ ଯିବାକୁ ସକ୍ଷମ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri