ବଡ଼ବିଲ,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ଅଧୀନ ଲସର୍ଦା ଗ୍ରାମରେ ସୋମବାର ରାତି ୮ଟା ୩୦ରେ ଗୁଳିକରି ଦମ୍ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ସାଇଣ୍ଟିଫିକ୍ ଟିମ୍ ସହାୟତାରେ ହତ୍ୟାକାଣ୍ଡର ଖିଅ ଖୋଜୁଥିବା ବେଳେ ସନ୍ଦେହରେ ୪ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଏହି ହତ୍ୟାକାଣ୍ଡ ପଛରେ ସ୍ଥାନୀୟ ଅଞ୍ଚଳର କେତେଜଣ ଲୋକଙ୍କ ହାତ ରହିଥିବା ଆଶଙ୍କା କରାଯାଇଛି।
ସୂଚନା ଅନୁଯାୟୀ, ୪ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଲସର୍ଦା ଗ୍ରାମରେ ଥିବା ଏକ ତେଜରାତି ଦୋକାନରେ ପଶି ଲକ୍ଷ୍ମୀଧର ଆପଟ ଓ ତାଙ୍କ ସ୍ତ୍ରୀ ମଞ୍ଜୁଲତାଙ୍କୁ ଗୁଳି କରି ହତ୍ୟା କରିଥିଲେ। ଦୁର୍ବୃତ୍ତଙ୍କ ଆକ୍ରମଣରୁ ତାଙ୍କ ପୁଅ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଲକ୍ଷ୍ମୀଧରଙ୍କ ଛାତି, ମୁଣ୍ଡ ଓ ସ୍ତ୍ରୀ ମଞ୍ଜୁଲତାଙ୍କ ପେଟରେ ଗୁଳି ବାଜିଛି। ଉଭୟଙ୍କୁ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିଲା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥଲେ। ତେବେ ଏହି ହତ୍ୟାକାଣ୍ଡ ପଛର କାରଣ ଅସ୍ପଷ୍ଟ ରହିଛି। ଏନେଇ ପୋଲିସ ଏକ ମାମଲା (ନଂ.୬୯/୨୨) ରୁଜୁ କରି ତଦନ୍ତ ଜାରି ରଖିଛି। ଘଟଣାସ୍ଥଳରେ ଜ୍ୟାକେଟ, ଜୋତା, ଟୋପି ଓ ପାଚେରି ନିକଟରେ ଏକ ଦାଉଲି ପଡ଼ିଥିବା ଦେଖିବାକୁ ମିଳିଥିଲା। ମଙ୍ଗଳବାର କେନ୍ଦୁଝର ଜିଲା ପୋଲିସ ମୁଖ୍ୟାଳୟରୁ ଏକ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ନମୁନା ସଂଗ୍ରହ କରି ଯାଞ୍ଚ କରୁଥିବା ଜଣାପଡିଛି। ବଡ଼ବିଲ ଏସ୍ଡିପିଓ ସନ୍ତୋଷ କୁମାର ବାରିକ ଓ ଅନ୍ୟ ପୋଲିସ ଅଧିକାରୀ ଘଟଣାର ଅନୁଧ୍ୟାନ କରିଛନ୍ତି। ମୃତ ଦମ୍ପତିଙ୍କ ପୁଅ ହିମାଂଶୁଙ୍କ କହିବା ଅନୁଯାୟୀ, ପ୍ରଥମେ ଜଣେ ଆସି ବାପା ଲକ୍ଷ୍ମୀଧରଙ୍କୁ ୧ଲିଟର ପେଟ୍ରୋଲ ମାଗିଥିଲେ। ଲକ୍ଷ୍ମୀଧର ତାଙ୍କୁ ପେଟ୍ରୋଲ ଦେବା ପରେ ସେ ପୁଣି ଆଉ ୧ ଲିଟର ପେଟ୍ରୋଲ ମାଗିଥିଲେ। ଏହି ସମୟରେ ପାଚେରି ଡେଇଁ ଘର ଅଗଣାରେ ପ୍ରବେଶ କରିଥିଲେ ଅନ୍ୟ ୩ଜଣ ଦୁବୃର୍ତ୍ତ ଏବଂ ଆକ୍ରମଣ କରିବା ଆରମ୍ଭ କରିଥିଲେ। ପାଟିତୁଣ୍ଡ ଶୁଣି ହିମାଂଶୁ ଓ ମଞ୍ଜୁଲତା ଆସି ଦୁର୍ବୃତ୍ତଙ୍କୁ ବାଧାଦେବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ଦୁର୍ବୃତ୍ତମାନେ ଲକ୍ଷ୍ମୀଧର ଓ ମଞ୍ଜୁଲତାଙ୍କ ଉପରକୁ ଲକ୍ଷ୍ୟକରି ଗୁଳି ଚଳାଇଥିଲେ। ହିମାଂଶୁଙ୍କ ମୁଣ୍ଡକୁ ଭୁଜାଲିରେ ଆକ୍ରମଣ କରିବା ସମୟରେ ସେ କୌଣସିମତେ ଦୌଡ଼ି ପଳାଇଯିବାରୁ ଅଳ୍ପକେ ବର୍ତ୍ତିଯାଇଥିଲେ। ହତ୍ୟାକାଣ୍ଡ ପରେ ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ।
Posted inHome Left, ଆମ ଜିଲା ଖବର, କେନ୍ଦୁଝର View All
ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...
ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…
ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...
ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ
ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...
ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...
ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର
ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...
ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…
ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...
ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍ଘାଟିତ ହୋଇଯାଇଛି। ଏହାକୁ...
ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…
ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍ପି ଶୁଭେନ୍ଦୁ...
Archives


