ବେଦାନ୍ତକୁ କଞ୍ଚାମାଲ ଯୋଗାଇବା ଦାବି କଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୩୦।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବେଦାନ୍ତକୁ ଖଣି ଓ କଞ୍ଚାମାଲ ଯୋଗାଇବା ଦାବିରେ ଲାଞ୍ଜିଗଡ଼ ଅଞ୍ଚଳବାସୀ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ବିଡିଓଙ୍କ ଅନୁପସ୍ଥିତିରେ ଏବିଡିଓ ବିଭୁତିଭୂଷଣ ଶତପଥୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ବ୍ଲକର ଏକମାତ୍ର ବୃହତ ଶିଳ୍ପ ପ୍ରକଳ୍ପ ବେଦାନ୍ତ ଲିମିଟେଡ ୨୦୦୩ରୁ ଲାଞ୍ଜିଗଡ଼ଠାରେ ରିଫାଇନେରୀ ସ୍ଥାପନ ସହିତ ଆଲୁମିନା ଉତ୍ପାଦନ ଆରମ୍ଭ କରିଥିଲା। କିନ୍ତୁ ୨୦ ବର୍ଷ ପୁରିବାକୁ ବସିଥିବାବେଳେ କମ୍ପପାନୀକୁ ନିୟମଗିରି ଖଣି ଓ କଞ୍ଚାମାଲ ମିଳିନାହିଁ। ଫଳରେ ବାହାରୁ କଞ୍ଚାମାଲ ଆଣି କମ୍ପାନୀ ଚଳାଇବା ଦିନକୁ ଦିନ ମୁସ୍କିଲ ହୋଇପଡ଼ୁଥିବାବେଳେ ଶେଷରେ କମ୍ପାନୀ ହାତ ଟେକିଦେବାକୁ ବସିଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ଉପରେ ନିର୍ଭର କରୁଥିବା ଲାଞ୍ଜିଗଡ଼, ଜଗନ୍ନାଥପୁର, ବସନ୍ତପଡ଼ା, ବାତେଲିମା, ଛତ୍ରପୁର, ଚମ୍ପାଦେଇପୁର ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିବା ସହିତ ନିଜର ଜୀବନ ଜୀବିକା ବିପନ୍ନ ହେବା ଆଶଙ୍କାରେ ୩ ହଜାରରୁ ଊଦ୍ଧର୍‌ବ ଲୋକେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଲାଞ୍ଜିଗଡ଼ ହାଇସ୍କୁଲ ପଡ଼ିଆରୁ ୩ ହଜାରରୁ ଅଧିକ ଲୋକେ ଏକ ବିଶାଳ ଶୋଭାଯାତ୍ରାରେ ବିଶ୍ବନାଥପୁର ବ୍ଲକ କାର୍ଯ୍ୟାଳୟକୁ ଯାଇ ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। କମ୍ପାନୀକୁ ଓଡ଼ିଶା ଖଣି ନିଗମ ଜରିଆରେ ସ୍ଥାୟୀ ଖଣି କିମ୍ବା କଞ୍ଚାମାଲ ଯୋଗାଇଦେଲେ କମ୍ପାନୀ ପୂର୍ବ କାର୍ଯ୍ୟକ୍ଷମ ରହିବ ଏବଂ କମ୍ପାନୀ ଉପରେ ନିର୍ଭରଶୀଳ ହଜାର ହଜାର ଲୋକେ ଉପକୃତ ହେବେ ବୋଲି ସେମାନେ ଦର୍ଶାଇଛନ୍ତି। ଏଥିରେ ଲାଞ୍ଜିଗଡ଼ ଶ୍ରମିକ ସଂଘ, ଲାଞ୍ଜିଗଡ଼ ବଣିକ ସଂଘ, ଲାଞ୍ଜିଗଡ଼ ଡ୍ରାଇଭର ସଂଘ, ମୋଟର ଗାଡ଼ି ମାଲିକ ସଂଘ, ବିଭିନ୍ନ ରାଜନୈତିକ, ସାମାଜିକ ସଙ୍ଗଠନ ଲୋକେ ଆନ୍ଦୋଳନରେ ସାମିଲ ହୋଇଥିଲେ। ଲାଞ୍ଜିଗଡ଼ ଅଞ୍ଚଳ ବିକାଶ ପରିଷଦ ସଭାପତି ଶ୍ରୀଧର ପେସନିଆ, କାମରାଜ ଦଳବେହେରା, ଚନ୍ଦ୍ରଧ୍ବଜ ପେସନିଆ, ଅଶୋକ ପଟ୍ଟନାୟକ, ସଞ୍ଜୀବ କୁମାର ନାୟକ, ରାଜେନ୍ଦ୍ର ପ୍ରତାପ ସିଂହଦେଓ, ଅଶୋକ ପଟ୍ଟନାୟକ, ସୁବାସ ଅଗ୍ରବାଲ, ଶ୍ରୀବତ୍ସ ତାଣ୍ଡି, ଲକ୍ଷ୍ମୀଧର ସନ୍ତୋଷରାୟ, ସୁବାସ ମହାପାତ୍ର, ଫକୀର ବିଶି, ମନୋହର ହରପାଲଙ୍କ ସମେତ ୭ଟି ପଞ୍ଚାୟତରୁ ବହୁସଂଖ୍ୟାରେ ଲୋକେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ମହାରାଷ୍ଟ୍ରର ୨୦୪ଟି ମରୁଡ଼ିପ୍ରବଣ ଗାଁରେ ଜଳ ସଙ୍କଟ ଦୂର କରିବାକୁ ପ୍ରୟାସ ଜାରି ରଖିଛନ୍ତି ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ।...

ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ଚଢ଼ିଗଲା ପିତ୍ତ: ରାସ୍ତା ମଝିରେ କଲେ…

ଭୁବନେଶ୍ୱର,୨୨ା୧୨(ତ୍ରିନାଥ ମହାନ୍ତି):ପ୍ରେମିକା ମୋବାଇଲ୍‌ ନ ଦେଖାଇବାରୁ ପ୍ରେମିକ ମୁଣ୍ଡକୁ ପିତ୍ତ ଚଢ଼ିଗଲା। ରାସ୍ତା ମଝିରେ ପ୍ରେମିକାଙ୍କୁ ଗୋଡ଼ାଇ ପିଟିଲେ। ଏଭଳି ଘଟଣା ଇନ୍‌ଫୋଭ୍ୟାଲି ଥାନା ପିତାପଲ୍ଲୀ...

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri