ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ଆସିକା,୩୦।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଆସିକା ଅତିରିକ୍ତ ଜିଲାଜଜ୍‌ ଚୌଧୁରୀ ପ୍ରବୀର କୁମାର ବୁଧବାର ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ୬ମାସ ସଶ୍ରମ କାରାଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି ଅଭିଯୁକ୍ତ ଜଣଙ୍କ ହେଲେ ଆସିକା ଥାନା ଅନ୍ତର୍ଗତ ହରିଡ଼ାପଦର ଗ୍ରାମର ମୋଚିରାମ ନାହାକ।

ସୂଚନାଯୋଗ୍ୟ, ୨୦୨୦ ଅଗଷ୍ଟ ୧୬ରେ ମୋଚିରାମ ତାଙ୍କ ସାନଭାଇ ସୁଦାମ ନାୟକଙ୍କ ସ୍ତ୍ରୀ ରଞ୍ଜି ନାହାକଙ୍କୁ ହତ୍ୟା କରିଥିଲେ। ରଞ୍ଜି ଭେଙ୍କଟରାଇପଲ୍ଲୀ ଶିବ ମନ୍ଦିରରୁ ଫେରୁଥିବା ବେଳେ ପାରିବାରିକ ସମ୍ପତ୍ତିକୁ ନେଇ ବଡ଼ଭାଇ ମୋଚିରାମ ତାଙ୍କୁ ଛଡରେ ପିଟି ହତ୍ୟା କରିଥିଲେ ବୋଲି ସୁଦାମ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୪୧୩/୨୦ରେ ମାମଲା ରୁଜୁ କରିଥିଲା। ଥାନାଧିକାରୀ ପ୍ରଶାନ୍ତ କୁମାର ସାହୁ ଏହି ମାମଲାର ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ ଅଭିଯୋଗ ଫର୍ଦ୍ଦ ଅଦାଲତରେ ଦାଖଲ କରିଥିଲେ। ଏହି ମାମଲାରେ ୧୪ଜଣଙ୍କର ସାକ୍ଷ୍ୟ ଗ୍ରହଣ କରାଯାଇଥିଲା। ସରକାରଙ୍କ ପକ୍ଷରୁ ସରକାରୀ ଓକିଲ ସୁଧାଂଶୁ କୁମାର ପଣ୍ଡା ଓ ସୂର୍ଯ୍ୟପ୍ରକାଶ ରାଓ ମାମଲା ଲଢୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରଳ ଦୃଶ୍ୟ: ବଦ୍ରିଙ୍କ ହାତ ନେଇ ମୁଣ୍ଡରେ ରଖି ଆଶୀର୍ବାଦ ଲୋଡ଼ିଲେ ସୌମ୍ୟ

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଏବଂ ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ହେଭିଓ୍ବେଟ୍‌ ନେତାମାନେ ନାମାଙ୍କନ ଦାଖଲ କରିଛନ୍ତି। ଘସିପୁରା ପାଇଁ ବିଜେଡି ବିଧାୟକ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ବଦ୍ରି, ଅଭିମନ୍ୟୁ, ଶମ୍ଭୁନାଥ, ସୌମ୍ୟଙ୍କ ନାମାଙ୍କନପତ୍ର ଦାଖଲ

ହାଟଡିହୀ/ସୋସୋ,୬ା୫(ଶୁଭକାନ୍ତ ନାୟକ/ସତ୍ୟବ୍ରତ ଜେନା): କେନ୍ଦୁଝର ଜିଲା ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଏବଂ ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri