ଭତ୍ତା ଟଙ୍କା ହଡ଼ପ ଅଭିଯୋଗରେ ୩ ଦଣ୍ଡିତ

କେନ୍ଦୁଝର,୩୦ା୧୧(ସ୍ବ.ପ୍ର.): ଭତ୍ତା ଟଙ୍କା ହଡ଼ପ ଅଭିଯୋଗରେ ୨ ଜଣ ପୂର୍ବତନ ପିଇଓଙ୍କ ସମେତ ଜଣେ ପୂର୍ବତନ ସରପଞ୍ଚଙ୍କଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଏବଂ ୩୫ ହଜାର ଟଙ୍କା ଜରିମାନା ହୋଇଛି। ଜରିମାନା ଅନାଦେୟ ଅତିରିକ୍ତ ୬ ମାସ ଦଣ୍ଡାଦେଶ ହୋଇଛି। ଏ ନେଇ ବୁଧବାର ଚିଫ୍‌ ଜୁଡିସିଆଲ ମାଜିଷ୍ଟ୍ରେଟ ରଞ୍ଜୁଲତା ଲେଙ୍କା ଏହି ଆଦେଶ କରିଛନ୍ତ। ୨୦୧୬ରେ ହରିଚନ୍ଦନପୁର ବ୍ଲକ ଭଅଁରପୁର ପଞ୍ଚାୟତରେ କେତେକ ମୃତ ହିତାଧିକାରୀ ବଞ୍ଚିଥିବା ଦର୍ଶାଇ ତାଙ୍କ ଭତ୍ତା ଟଙ୍କା ହଡ଼ପ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏ ବାବଦରେ ପାଖାପାଖି ୪ ଲକ୍ଷ ୫୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ହଡ଼ପ ହୋଇଥିବା ନେଇ ତଦନ୍ତ ବିଡିଓ କରିଥିଲେ। ତଦନ୍ତ ପରେ ଅର୍ଥ ହଡ଼ପ ହୋଇଥିବା ଜଣାପଡ଼ିବା ପରେ ଥାନାରେ ଏତଲା ହୋଇଥିଲା। ହରିଚନ୍ଦନପୁର ପୋଲିସ କେସ ରୁଜୁ କରି ତଦନ୍ତ କରିଥିଲା। ସେମାନେ ଗିରଫ ନ ହେବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ। ଏହି ମାମଲାରେ ଆଜି ଶୁଣାଣି କରି ପୂର୍ବତନ ଭଅରପୁର ପଞ୍ଚାୟତ ପିଇଓ ପୂର୍ଣ୍ଣଚନ୍ଦ୍ର ପାତ୍ର,ଶୁକଦେବ ମହାନ୍ତ ଏବଂ ଭଅଁରପୁର ପଞ୍ଚାୟତର କୁନ୍ତଳା ଦେହୁରୀଙ୍କୁ ଏହି ଦଣ୍ଡ ଆଦେଶ କରିଛନ୍ତି। ୧୯ ଜଣ ମୃତ ହିତାଧିକାରୀଙ୍କ ଜୀବିତ ଥିବା ଦର୍ଶାଇ ଏବଂ ୭ ଜଣ ନକଲି ହିତାଧିକାରୀ ତଥା ୪୯ ଜଣ ହିତାଧିକାରୀଙ୍କ ନାମ ୨ ଥର ପେନ୍‌ସନ୍‌ ରେଜିଷ୍ଟ୍ରରରେ ଦର୍ଶାଇ ଉକ୍ତ ଟଙ୍କା ହଡ଼ପ ହୋଇଥିବା ଜଣାପଡ଼ିଛି। ଏ ନେଇ ତଦନ୍ତ ସମୟରେ ଶୁକଦେବ ମହାନ୍ତ ୭୪ ହଜାର ୨୦୦ ଟଙ୍କା, ପୂର୍ଣ୍ଣଚନ୍ଦ୍ର ପାତ୍ର ୧୧ହଜାର ୫୦୦ ଟଙ୍କା ଏବଂ କୁନ୍ତଳା ଦେହୁରୀ ୩ ଲକ୍ଷ ୬୮ ହଜାର ୯୦୦ ଟଙ୍କା ଠକି ନେଇଥିବା ଜଣାପଡ଼ିଥିଲା। ଏହି ଠକେଇ ୨୦୧୪-୧୫ ଏବଂ ୨୦୧୫-୧୬ମସିହାରେ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri