ଗଛ କାଟିଲେ ସରପଞ୍ଚ

ବରୀ,୧।୧୨(ଡି.ଏନ.ଏ.): ପରିବେଶ ସୁରକ୍ଷା ଓ ସନ୍ତୁଳନ ରକ୍ଷା ପାଇଁ ଗଛ ହିଁ ଏକମାତ୍ର ମାଧ୍ୟମ। ସେଥିପାଇଁ ବିଭିନ୍ନ ସ୍ଥାନରେ ଚାରା ରୋପଣ ଉପରେ ପରିବେଶବିତ୍‌ ଓ ସରକାର ଗୁରୁତ୍ୱାରୋପ କରୁଛନ୍ତି। ହେଲେ ବରୀ ତହସିଲ ଅଧୀନ ବୋଦୁଅ ପଞ୍ଚାୟତର ସରପଞ୍ଚ ଦେବୀ ପ୍ରସାଦ ମିଶ୍ର ବେଆଇନ ଭାବେ ଗଛ କାଟିବାକୁ ନେଇ ସ୍ଥାନୀୟ ଲୋକଙ୍କ ତରଫରୁ ତହସିଲଦାରଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଛି। ଏହାକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ତହସିଲ କାର୍ଯ୍ୟାଳୟରେ ଶାନ୍ତନୁ ମଲ୍ଲିକ, ଦୀପୁ ମଲ୍ଲିକ, ଅଜୁ ମଲ୍ଲିକ, ବିଦୁର ଜେନା, ଚଗଲା ମଲ୍ଲିକ ପ୍ରମୁଖ ସରପଞ୍ଚ ମିଶ୍ରଙ୍କ ବିରୋଧରେ ଅଭିଯୋଗ କରିଛନ୍ତି।
ସେମାନଙ୍କ ଲିଖିତ ଅଭିଯୋଗକୁ ଭିତ୍ତିକରି ମେମୋ ନଂ. ୪୮୮୦ ତା.୨୯ା୧୧ା୨୦୨୨ ରିଖ ଅନୁଯାୟୀ ବନ ବିଭାଗ ଅଧିକାରୀ ଓ ରାଜସ୍ବ ନୀରିକ୍ଷକଙ୍କୁ ଉକ୍ତ ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ ବରୀ ତହସିଲ ତରଫରୁ ପତ୍ର ମାଧ୍ୟମରେ ନିର୍ଦ୍ଦେଶ ଦିଆଯାଇଛି। ଏଭଳି ଘଟଣା ବିରୋଧରେ ଜଙ୍ଗଲ ବିଭାଗ, ତହସିଲ ପ୍ରଶାସନ ତୁରନ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବେଶବିତ୍‌ମାନେ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ବୋଦୁଅ ସରପଞ୍ଚ ମିଶ୍ରଙ୍କୁ ପଚାରିବାରେ ଲୋକମାନଙ୍କ ସ୍ବାର୍ଥକୁ ଆଖି ଆଗରେ ରଖି ମୁଁ କାମ କରୁଛି, ରାଜନୈତିକ ଉଦ୍ଦେଶ୍ୟ ରଖି ମୋତେ ଅସୁବିଧାରେ ପକାଇବାକୁ ଉଦ୍ୟମ କରାଯାଉଛି ବୋଲି କହିଛନ୍ତି। ବରୀ ଅତିରିକ୍ତ ତହସିଲଦାର ମନୋଜ ମାଝିଙ୍କୁ ଏ ସଂକ୍ରାନ୍ତରେ ପ୍ରଶ୍ନ କରାଯିବାରୁ ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ତଦନ୍ତ ରିପୋର୍ଟ ଆସିବା ପରେ ଯଦି ଏହା ବେଆଇନ ପ୍ରମାଣିତ ହୁଏ ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri