ସଞ୍ଜ ନଇଁଲେ ଶଙ୍କା

ଢେଙ୍କାନାଳ ଅଫିସ, ୨।୧୨(ରତନ ନାୟାର):ଜଳଭଣ୍ଡାର ନୀଳ ଜଳରାଶି, ଘଞ୍ଚ ଶାଳ ଜଙ୍ଗଲର ଶାନ୍ତ ପରିବେଶ, ବନ୍ୟଜୀବନର ଅପୂର୍ବ ସମନ୍ବୟ ‘ସାପୁଆ’। କଂକ୍ରିଟ୍‌ ଜଙ୍ଗଲଠାରୁ ଦୂରରେ ପ୍ରକୃତିରାଣୀର ଏଠାରେ ଅଜାଡ଼ି ଦେଇଛି ସବୁକିଛି, ଯାହାର ଶୋଭା ଆକର୍ଷିତ କରୁଛି ସହରୀ ମଣିଷଙ୍କୁ। ତେବେ ସାରାଦିନ ସବୁଜିମା କୋଳରେ ବିତାଇ ସନ୍ଧ୍ୟାରେ ଘରକୁ ବାହୁଡ଼ିବା ବେଳକୁ ସୁରକ୍ଷା ଚିନ୍ତାରେ ପର୍ଯ୍ୟଟକ ହୋଇପଡୁଛନ୍ତି ଶଙ୍କାଗ୍ରସ୍ତ। ନିଛାଟିଆ ଅଞ୍ଚଳରେ ମଦ୍ୟପ, ଅସାମାଜିକଙ୍କ ରାଜୁତି ଏହି ଶାନ୍ତି ଇଲାକାକୁ କରିଦେଉଛି ଅସୁରକ୍ଷିତ। କେବଳ ସୁରକ୍ଷା ନୁହେଁ, ପାନୀୟ ଜଳ ସୁବିଧା ନ ଥିବାରୁ ବଣଭୋଜି ପାଇଁ ୫ କିଲୋମିଟର ଦୂରରୁ ବୁହା ହୋଇ ଆସୁଛି ପାଣି। ସରକାରୀ ଅବହେଳା ପାଇଁ ନାଲିଫିତା ତଳେ କୋଟିଏ ଟଙ୍କାର ପ୍ରସ୍ତାବ ଅଟକି ରହିଥିବାବେଳେ ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ଦଖଲ କରିବାକୁ ସଂଘର୍ଷ କରୁଛି ‘ସାପୁଆ’।
ହିନ୍ଦୋଳ ବ୍ଲକ ରାସୋଳ ଅଞ୍ଚଳର କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ‘ସାପୁଆ’କୁ ମିଳିଛି ଢେଙ୍କାନାଳ ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ। ଭୁବନେଶ୍ୱରଠାରୁ ପ୍ରାୟ ୯୦ କିଲୋମିଟର ଏବଂ ଢେଙ୍କାନାଳଠାରୁ ୪୦ କିମି ଦୂରରେ ଅବସ୍ଥିତ ଏହି ପର୍ଯ୍ୟଟନସ୍ଥଳୀ। ପର୍ଯ୍ୟଟନ ଋତୁରେ ଏଠାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକଙ୍କ ସମାଗମ ହେଉଥିବାବେଳେ ବଣଭୋଜି ପାଇଁ ଏହା ପ୍ରକୃଷ୍ଟ ସ୍ଥାନ। ସେହିପରି ଢେଙ୍କାନାଳ, ଅନୁଗୋଳ ଜିଲାର ପ୍ରକୃତିପ୍ରେମୀ ଅପରାହ୍ନରେ ପ୍ରକୃତିର ଶୋଭାକୁ ଉପଭୋଗ କରିବା ପାଇଁ ଏଠାରେ ଭିଡ଼ ଜମାଇଥାଆନ୍ତି। ଜଳଭଣ୍ଡାରରୁ ଜଳ ନିଷ୍କାସନ ପାଇଁ ନିର୍ମାଣ କରାଯାଇଥିବା ସର୍ପିଳ କଂକ୍ରିଟ୍‌ ସ୍କୁଇସ୍‌ ଗେଟ୍‌ ଏହାକୁ ଅଧିକ ଆକର୍ଷଣୀୟ କରିଥିବାବେଳେ ନିକଟ ଜଙ୍ଗଲରୁ ପାଣି ପିଇବାକୁ ଆସୁଥିବା ହରିଣ, ହାତୀଙ୍କ ଜଳକ୍ରୀଡ଼ା ଦୃଶ୍ୟକୁ କ୍ୟାମେରାରେ କଏଦ କରିବାକୁ ଅନେକେ ଅପେକ୍ଷା କରିଥାଆନ୍ତି।
ତେବେ ଏଭଳି ଏକ ପର୍ଯ୍ୟଟନସ୍ଥଳୀ ସରକାର ଏବଂ ପ୍ରଶାସନିକ ଅବହେଳାରୁ ଅବହେଳିତ ଅବସ୍ଥାରେ ରହିଛି। ଏହାକୁ ନୂଆ ରୂପ ଦେବାକୁ ୨୦୧୯ରେ ଜିଲା ପର୍ଯ୍ୟଟନ ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ପ୍ରସ୍ତାବ ସରକାରଙ୍କୁ ଦିଆଯାଇଥିଲା। ହେଲେ ଅଦ୍ୟାବଧି କୌଣସି ପଦକ୍ଷେପ ନିଆଯାଇନାହିଁ। ପିଇବା ପାଣି ସୁବିଧା ନ ଥିବାରୁ ସାପୁଆଠାରୁ ୫ କିଲୋମିଟର ପୂର୍ବରୁ ଥିବା ରାସୋଳ-ତେଲିଭୂଇଁ ଛକରୁ ପର୍ଯ୍ୟଟକଙ୍କୁ ପାଣି ବୋହି ନେବାକୁ ପଡୁଛି। ଆଲୋକ ବ୍ୟବସ୍ଥା ନ ଥିବାରୁ ସଞ୍ଜ ନଇଁଲେ ଅସାମାଜିକଙ୍କ ଆଡ୍ଡା ପାଲଟୁଛି ସାପୁଆ। ପରିବାର ସହ ଆସିଥିବା ପର୍ଯ୍ୟଟକଙ୍କ ସୁରକ୍ଷା ସନ୍ଦିହାନ ହୋଇପଡୁଥିବାରୁ ସେମାନେ ତରବରିଆ ଭାବେ ଫେରିବାକୁ ବାଧ୍ୟ ହେଉଛନ୍ତି। ଆଲୋକୀକରଣ ବ୍ୟବସ୍ଥା, ପାର୍କିଂ ସୁବିଧା ସହ କେତେକ ଦୋକାନ ଖୋଲିବାକୁ ଅନୁମତି ଦିଆଗଲେ ଏହି ପର୍ଯ୍ୟଟନ ସ୍ଥଳୀ ଅଧିକ ଚଳଚଞ୍ଚଳ ହୋଇପାରନ୍ତା। ସେହିପରି କନ୍ଧରା-ସାତକୋଶିଆ ସଂରକ୍ଷିତ ଜଙ୍ଗଲକୁ ଲାଗିଥିବା ଏହି ପର୍ଯ୍ୟଟନସ୍ଥଳୀରେ ଓ୍ବାଚ୍‌ ଟାଓ୍ବାର କରାଗଲେ ଦୂରଦୂରାନ୍ତର ଯାଏ ସବୁଜିମା, ବନ୍ୟଜୀବନକୁ ଉପଭୋଗ କରିହେବ। ସ୍ଥାନୀୟ ଜନପ୍ରତିନିଧି, ପ୍ରଶାସନିକ ଅଧିକାରୀଙ୍କ ଇଚ୍ଛାଶକ୍ତି ଏବଂ ରାଜ୍ୟ ସରକାର ସ୍ବତନ୍ତ୍ର ଅନୁଦାନ ଦେଲେ ‘ସାପୁଆ’ର ବିକାଶ ପାଇଁ ବାଟଫିଟନ୍ତା ବୋଲି ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri