Posted inଜାତୀୟ

ଦିଲ୍ଲୀ ଏମସିଡି ନିର୍ବାଚନ ଉପରେ ଲାଗିବନି ରୋକ: ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୨: ଦିଲ୍ଲୀ ଏମସିଡି ନିର୍ବାଚନ ଉପରେ ରୋକ ଲଗାଇବାକୁ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। କୋର୍ଟ କହିଛନ୍ତି, ସମୟ ଗଡିବା ସହିତ ଏହି ଆବେଦନ ଭିତ୍ତିହୀନ ହୋଇଛି। ତେଣୁ ଏହା ଉପରେ ରୋକ ଲଗାଯିବ ନାହିଁ।
ନ୍ୟାଶ୍‌ନାଲ୍‌ ୟୁଥ୍‌ ପାର୍ଟି ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଶୁଣାଣି କରିଥିଲେ। ଏଥିରେ ନିର୍ବଚନ ପାଇଁ ୱାର୍ଡର ସୀମା ନିର୍ଦ୍ଧାରଣ କରାଯିବା ସହିତ ଏମସିଡି ନିର୍ବାଚନକୁ ରୋକ କରିବାକୁ ଦାବି କରାଯାଇଥିଲା। ଜଷ୍ଟିସ ସଞ୍ଜୟ କିଶାନ କୌଲ ଏବଂ ଅଭୟ ଏସ ଓକାଙ୍କ ଏକ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି କହିଛନ୍ତି, ରବିବାର ମତଦାନ ହେବ, ତେଣୁ ସେମାନେ ଏହି ସମୟରେ ନିର୍ବାଚନରେ ହସ୍ତକ୍ଷେପ କରିପାରିବେ ନାହିଁ। ଆବେଦନକାରୀ ନଭେମ୍ବର ୯ରେ ଦିଲ୍ଲୀ ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରିଥିଲେ, ଯେଉଁଥିରେ କୋର୍ଟ ମ୍ୟୁନିସିପାଲିଟି ନିର୍ବାଚନରେ ହସ୍ତକ୍ଷେପ କରିବାକୁ ମନା କରିଦେଇଥିଲେ।
ସୂଚନାଯୋଗ୍ୟ, ଦିଲ୍ଲୀ ଏମସିଡି ନିର୍ବାଚନ ପାଇଁ ଭୋଟ ଡିସେମ୍ବର ୪ରେ ଅନୁଷ୍ଠିତ ହେବ। ଏବଂ ଭୋଟ ଗଣନା ଡିସେମ୍ବର ୭ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri