ନାବାଳିକା ଅସଦାଚାରଣ ମାମଲା: ଅଭିଯୁକ୍ତଙ୍କୁ ଜେଲଦଣ୍ଡ

ବ୍ରହ୍ମପୁର ଅଫିସ,୨ା୧୨-ଫାଷ୍ଟଟ୍ରାକ୍‌ ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ଶୁକ୍ରବାର ଏକ ନାବାଳିକା ଅସଦାଚାରଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ସେ ଅଭିଯୁକ୍ତ ଉତ୍ସବ ରାଉଳଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହିତ ୮ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅତିରିକ୍ତ ୫ ମାସ ଜେଲଦଣ୍ଡ ଭୋଗିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ ପିପି ମୋହନ ସିଙ୍ଗାରି ଏହି ସୂଚନା ଦେଇଛନ୍ତି।
୨୦୧୩ ଅକ୍ଟୋବର ୧୮ ତାରିଖ ସନ୍ଧ୍ୟାରେ ହିଞ୍ଜିଳିକାଟୁ ଥାନା ଅଞ୍ଚଳରେ କୋଠିଶାଳ ଯାତ୍ରା ଚାଲିଥିଲା। ସେଠାକୁ ଜଣେ ନାବାଳିକା ଯାଉଥିବା ବେଳେ ଉତ୍ସବ ତାଙ୍କୁ ରାସ୍ତାରୁ ଟାଣି ନେଇ ଅସଦାଚାରଣ କରିବା ସହ ବଳାତ୍କାର ଉଦ୍ୟମ କରିଥିଲେ। ନାବାଳିକା ଜଣଙ୍କ ଘରକୁ ଫେରି ଏସମ୍ପର୍କରେ ତାଙ୍କ ବାପାଙ୍କୁ କହିଥିଲେ। ବାପା ଏନେଇ ହିଞ୍ଜିଳିକାଟୁ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଉତ୍ସବଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ତାଙ୍କୁ ଜାମିନ ମିଳିଥିଲା। ଗତ ୨୦୨୨ ଅକ୍ଟୋବର ୨୦ରେ ଉକ୍ତ ମାମଲାର ଶୁଣାଣି ବେଳେ ଉତ୍ସବ କୋର୍ଟରେ ଅନୁପସ୍ଥିତ ରହିଥିଲେ। ତେଣୁ କୋର୍ଟ ପକ୍ଷରୁ ତାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ)ଜାରି ହୋଇଥିଲା। ପୋଲିସ ଉକ୍ତ ଏନବିଡବ୍ଲ୍ୟୁ ବଳରେ ଗତ ନଭେମ୍ବର ୨୯ ତାରିଖରେ ଉତ୍ସବଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେ ବ୍ରହ୍ମପୁର ମଣ୍ଡଳକାରାଗାରରେ ବିଚାରାଧୀନ ବନ୍ଦୀ ଭାବେ ଥିବା ବେଳେ ଶୁକ୍ରବାର ଉକ୍ତ ମାମଲାର ଶୁଣାଣି ପାଇଁ କୋର୍ଟରେ ହାଜର କରାଯାଇଥିଲା। ୭ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ ଉତ୍ସବଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri