ବନ୍ୟପ୍ରାଣୀ ଶିକାର ଉଦ୍ୟମ ବେଳେ ଜଣେ ଗିରଫ

ତେଲକୋଇ,୨ା୧୨(ଡି.ଏନ.ଏ): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ ଦୋବଲାପାଳ ଫରେଷ୍ଟ ବିଟ୍‌ ଢିଙ୍କେଶ୍ୱରୀ ସଂରକ୍ଷିତ ଜଙ୍ଗଲରେ ବନ୍ୟପ୍ରାଣୀ ଶିକାର ଉଦ୍ୟମ ବେଳେ ବନ ବିଭାଗ ଚଢ଼ାଉ କରି ଜଣଙ୍କୁ ଗିରଫ କରିଛି। ତାଙ୍କୁଠାରୁ ଶିକାରରେ ବ୍ୟବହୃତ ବ୍ୟାପକ ସାମଗ୍ରୀ ଜବତ ହୋଇଛି। ଗିରଫ ଅଭିଯୁକ୍ତ ହେଲେ ଦେଉଳଡ଼ିହା ଗ୍ରାମର ବାଇଧର ମହାକୁଡ଼ (୧୮)।
ସୂଚନା ମୁତାବକ, ସଂରକ୍ଷିତ ଜଙ୍ଗଲର ଦେଉଳଡ଼ିହା ଗ୍ରାମ ସନ୍ନିକଟ ଘଣ୍ଟରା ସାହି ଆମ୍ବ ବଗିଚାରେ ବନ୍ୟପ୍ରାଣୀ ପାଇଁ ହୁକିଂ କରାଯାଇଥିବା ବନ ବିଭାଗ ଖବର ପାଇଥିଲା। ବନ ଖଣ୍ଡ ଅଧିକାରୀ ଏଚ୍‌ଡି ଧନରାଜ ଓ ବନାଞ୍ଚଳ ଅଧିକାରୀ ଶିବାଜୀ ମୋହନ ରାଓଙ୍କ ନେତୃତ୍ୱରେ ଗଠିତ ଏକ ସତନ୍ତ୍ର ଟିମ୍‌ ଚଢ଼ାଉ କରିଥିଲେ। ସେଠାରୁ ଅଭିଯୁକ୍ତଙ୍କୁ ଗିରଫ କରିିବା ସହିତ ଶିକାର ପାଇଁ ବ୍ୟବହୃତ ବୋତଲ, କାଠ ଖୁଣ୍ଟି, ୧ କି.ମି ଜିଆଇ ତାର ଜବତ କରାଯାଇଛି। ଚଢ଼ାଉରେ ବନରକ୍ଷୀ ପ୍ରଭାତୀ ଦାସ, ବନ୍ୟଜନ୍ତୁ ସୁରକ୍ଷା କର୍ମୀ ତଅଁଳୁ ପାତ୍ର, ସୁଦର୍ଶନ ପ୍ରଧାନ, ଭଗବାନ ବେହେରା ପ୍ରମୁଖ କର୍ମଚାରୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri