କୋର୍ଟରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ବ୍ରହ୍ମପୁର ଅଫିସ,୩ା୧୨: ଗଞ୍ଜାମ ଜିଲା ଦୌରାଜଜ୍‌ କୋର୍ଟ ପରିସରରେ ଥିବା ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ଶୁକ୍ରବାର ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଏକ ମାମଲାର ସାକ୍ଷ୍ୟ ଗ୍ରହଣ ଚାଲିଥିବା ବେଳେ ଜଣେ ମହିଳା ହଠାତ୍‌ କୋର୍ଟ ହଲ୍‌କୁ ପଶି ଆସି ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେଠାରେ ସୁରକ୍ଷା ଦାୟିତ୍ୱରେ ଥିବା କନଷ୍ଟେବଳ ତୁରନ୍ତ ତାଙ୍କୁ କାବୁକରି ସଦର କୋର୍ଟରେ କାର୍ଯ୍ୟରତ ପୋଲିସକୁ ହସ୍ତାନ୍ତର କରିଛନ୍ତି। ମହିଳା ଜଣକ କାହିଁକି କୋର୍ଟରେ ଏଭଳି କଲେ ତାହା ସ୍ପଷ୍ଟ ହୋଇ ନାହିଁ। ଜିଲା ଜଜ୍‌ ଆନନ୍ଦ ଚନ୍ଦ୍ର ବେହେରା ଏସ୍‌ଡିଜେଏମ୍‌ଙ୍କ କୋର୍ଟକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ବୈଦ୍ୟନାଥପୁର ଥାନା ପୋଲିସ ମହିଳାଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ନେଇ ତଦନ୍ତ ଜାରି ରଖିଛି। ଅନ୍ୟପକ୍ଷରେ ଗତ ୨୮ ତାରିଖରେ ଜଣେ ବ୍ୟକ୍ତି କୋର୍ଟରେ ପଶି ଏସ୍‌ଡିଜେଏମ୍‌ଙ୍କୁ ଛୁରି ଦେଖାଇ ଆକ୍ରମଣ ଉଦ୍ୟମ କରିଥିଲେ। ପାଞ୍ଚ ଦିନ ମଧ୍ୟରେ ଏହା ଦ୍ୱିତୀୟ ଘଟଣା ହୋଇଥିବାରୁ କୋର୍ଟର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି।
ପ୍ରକାଶ ଯେ, ଶୁକ୍ରବାର ଏସ୍‌ଡିଜେଏମ୍‌ ପ୍ରଜ୍ଞା ପାରମିତା ପ୍ରତିହାରୀଙ୍କ କୋର୍ଟରେ ସାକ୍ଷ୍ୟ ଗ୍ରହଣ ଚାଲିଥିଲା। ଏହି ସମୟରେ ମହିଳା ଜଣଙ୍କ କୋର୍ଟ ହଲ୍‌କୁ ପଶି ଆସି ପ୍ଲାଷ୍ଟିକ୍‌ ବୋତଲରେ ଆଣିଥିବା ପେଟ୍ରୋଲ ନିଜ ଦେହରେ ଢାଳି ଦେଇଥିଲେ। ସେଠାରେ ଥିବା କନଷ୍ଟେବଳ ରଶ୍ମିରଞ୍ଜନ ଦାସ ଏହାଦେଖି ତୁରନ୍ତ ଉକ୍ତ ବୋତଲ ଛଡ଼ାଇ ନେଇଥିଲେ। ସେ ଏହାର ପ୍ରତିବାଦ କରିବାରୁ ଅନ୍ୟ କର୍ମଚାରୀଙ୍କ ସହାୟତାରେ ତାଙ୍କୁ ଉଦ୍ଧାରକରି ଏସ୍‌ଡିଜେଏମ୍‌ କୋର୍ଟ ପାଶର୍‌ବରେ ଥିବା ସିଏସ୍‌ଆଇ ଅଫିସକୁ ନିଆଯାଇଥିଲା। ଟାଉନ୍‌ ଏସ୍‌ଡିପିଓ ରାଜୀବ ଲୋଚନ ପଣ୍ଡା ଓ ବୈଦ୍ୟନାଥପୁର ଥାନା ପୋଲିସ ପହଞ୍ଚି ତାଙ୍କୁ ଥାନାକୁ ନେଇଥିଲେ। ପୂର୍ବରୁ ମହିଳା ଜଣକ ବଳାତ୍କାରର ଶିକାର ହୋଇଥିଲେ। ଜଣେ ଯୁବକ କୌଶଳକ୍ରମେ ସମ୍ପର୍କ ରଖି ବଳାତ୍କାର କରିଥିବା ସଦର ଥାନାରେ ସେ ଅଭିଯୋଗ କରିଥିଲେ। ପୋଲିସ ନଂ.୩୨୬/୨୦ରେ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ପରେ ଅଭିଯୁକ୍ତ ଜାମିନରେ ଆସିଥିଲେ। ଗତ ୧୪ ତାରିଖରେ ସେ ପୁଣି ସମ୍ପୃକ୍ତ ମହିଳାଙ୍କ ଘରେ ପଶି ବଳାତ୍କାର କରିବା ସହ ହତ୍ୟା ଉଦ୍ୟମ କରିଥିଲେ। ପୀଡ଼ିତା ଏ ନେଇ ଗୋଷାଣିନୂଆଗାଁ ଥାନାରେ ଅଭିଯୋଗ କରିଥିଲେ। ନଂ.୨୦୪/୨୨ରେ ଅଭିଯୁକ୍ତଙ୍କୁ ପୋଲିସ ପୁଣି ଗିରଫ କରି କୋର୍ଟ ଚାଲାଣ କରିଥିଲା। ବର୍ତ୍ତମାନ ସେ ଜେଲରେ ଅଛନ୍ତି ବୋଲି ବ୍ରହ୍ମପୁର ଏସ୍‌ପି ଡା. ଶ୍ରବଣା ବିବେକ ଏମ୍‌. ସୂଚନା ଦେଇଛନ୍ତି। ମାନସିକ ଭାରସାମ୍ୟ ହରାଇ ମହିଳା ଜଣକ କୋର୍ଟରେ ଆତ୍ମାହୁତି ଉଦ୍ୟମ କରି ଥାଇପାରନ୍ତି ବୋଲି ଅନୁମାନ କରାଯାଉଛି। ବୈଦ୍ୟନାଥପୁର ପୋଲିସ ତାଙ୍କ ବିରୋଧରେ ୪୦୯/୨୨ରେ ମାମଲା ରୁଜୁ କରିଛି। ଅନ୍ୟପକ୍ଷରେ କନଷ୍ଟେବଳଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ମହିଳାଙ୍କ ଜୀବନ ବଞ୍ଚିଗଲା ବୋଲି ଆଇନଜୀବୀ ରଘୁନାଥ ପ୍ରସାଦ ପାଣିଗ୍ରାହୀ, ପ୍ରଦୀପ କୁମାର ଶତପଥୀ କହିଛନ୍ତି। ଜିିଲାଜଜ୍‌ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ପହଞ୍ଚି ବିଭାଗୀୟ ଅଧିକାରୀ ଓ ପୋଲିସ ସହିତ ଆଲୋଚନା କରିଥିଲେ। ଗଞ୍ଜାମ ଓକିଲ ସଂଘର ବରିଷ୍ଠ ସଭ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri