ଆଗୁଆ ଶେଷ ହେଲା ଶୀତ ଅଧିବେଶନ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ନିର୍ଦ୍ଧାରିତ ସମୟର ୨୫ଟି କାର୍ଯ୍ୟଦିବସ ଥାଇ ଶୁକ୍ରବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଚଳିତ ଅଧିବେଶନରେ ନିର୍ଦ୍ଧାରିତ ୩୩ଟି କାର୍ଯ୍ୟଦିବସ ବଦଳରେ ମାତ୍ର ୮ଟି କାର୍ଯ୍ୟଦିବସ ହୋଇପାରିଛି। ମୁଖ୍ୟ ବିରୋଧୀ ଦଳ ଭାଜପା ସଦସ୍ୟଙ୍କ ଅନୁପସ୍ଥିତିରେ ଶୀତ ଅଧିବେଶନକୁ ବନ୍ଦ ପାଇଁ ଶାସକ ଦଳର ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିଛନ୍ତି। ଭାଜପା ସଦସ୍ୟଙ୍କ ଅନୁପସ୍ଥିତିରେ ଅପରାହ୍ନରେ ଗୃହରେ ବ୍ୟୟମଞ୍ଜୁରୀ ବିଲ୍‌ ଗୃହୀତ ହେବା ପରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଶୀତ ଅଧିବେଶନ ଶେଷ କରିବାକୁ ବିଧିବଦ୍ଧ ପ୍ରସ୍ତାବ ଦେଇଥିଲେ। ଶାସକ ଦଳ ବିଧାୟକମାନେ ଏହାକୁ ସମର୍ଥନ କରିଥିଲେ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ଉକ୍ତ ପ୍ରସ୍ତାବକୁ ଗୃହୀତ କରି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି।
ବିଧାନସଭାର ଶୀତ ଅଧିବେଶନ ନଭେମ୍ବର ୨୪ରେ ଆରମ୍ଭ ହୋଇଥିଲା। ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏ ଚାଲିଥାଆନ୍ତା। ପ୍ରଥମ ଦିବସରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ ହୋଇଥିଲା। କୋଭିଡ୍‌ ପରେ ପ୍ରଥମ ଥର ଲାଗି ବିନା କଟକଣାରେ ବିଧାନସଭା ଚାଲିଥିଲା। ପଦ୍ମପୁର ଉପନିର୍ବାଚନ ଯୋଗୁ ଚଳିତ ଅଧିବେଶନରେ ଅଧାରୁ ଅଧିକ ସଦସ୍ୟ ଅନୁପସ୍ଥିତ ଥିଲେ। ଅର୍ଚ୍ଚନା ନାଗ କେଳେଙ୍କାରୀ, ଚାଷୀ ସମସ୍ୟା, ଆଇନ ଶୃଙ୍ଖଳା ଭଳି ଅନେକ ପ୍ରସଙ୍ଗକୁ ନେଇ ବିରୋଧୀ ସରକାରଙ୍କୁ ଘେରିଥିଲେ। ଚଳିତ ଅଧିବେଶନରେ ୨୦୨୨-୨୩ ପାଇଁ ପ୍ରଥମ ଅତିରିକ୍ତ ବଜେଟ ଅନୁମୋଦନ କରାଯାଇଥିବା ବେଳେ ୬୨୮ ତାରକା ଓ ୧୧୯୦ ଅଣତାରକା ପ୍ରଶ୍ନ ଉପସ୍ଥାପନ କରାଯାଇଥିଲା। ସେହିପରି ୩ଟି ବିଲ୍‌, ୩ଟି ସିଏଜି ରିପୋର୍ଟ, ୩୮ଟି ପେପର ଉପସ୍ଥାପନ କରାଯାଇଥିଲା। ୩ଟି ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri