ଚାଷୀଙ୍କୁ ନେଇ ବିଧାନସଭା ଘେରିଲା ଭାଜପା

ଭୁବନେଶ୍ୱର, ୩ା୧୨(ବ୍ୟୁରୋ): ଓଡ଼ିଶାର କୃଷକ ଓ କୃଷି ପ୍ରସଙ୍ଗରେ ଭାଜପାର ୧୫ଦିନ ଧରି ଚାଲିଥିବା ସତ୍ୟାଗ୍ରହ ଶୁକ୍ରବାର ଜୋର୍‌ଦାର ହୋଇଥିଲା। ଚାଷୀ ବିରୋଧୀ ରାଜ୍ୟ ସରକାରଙ୍କ ବିରୋଧରେ ହଜାର ହଜାର ଚାଷୀଙ୍କୁ ନେଇ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ସମାବେଶ କରିବା ସହ ବିଧାନସଭା ଘେରାଉ କରିଥିଲା। ଚାଷୀମାନେ ଗାନ୍ଧୀମାର୍ଗରେ ଟ୍ରାକ୍ଟର, ହଳ ଲଙ୍ଗଳ ଓ ଶଗଡ଼ ଧରି ନିଜର ଅସନ୍ତୋଷ ପ୍ରକାଶ କରିଥିଲେ। ମାଷ୍ଟରକ୍ୟାଣ୍ଟିନରୁ ବିକ୍ଷୋଭ ଶୋଭାଯାତ୍ରାରେ ବାହାରି ଲୋୟର ପିଏମ୍‌ଜିରେ ବିଧାନସଭା ଅଭିମୁଖେ ଯାଇ ନାନା ନାରାବାଜି ଦେଇଥିଲେ। ଭାଜପା ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର, ବିଧାୟକ ମୋହନ ଚରଣ ମାଝୀଙ୍କ ସମେତ ବହୁ ନେତୃବୃନ୍ଦ ଶାସକ ବିଜେଡି ଓ ମୁଖ୍ୟମନ୍ତ୍ରୀଙ୍କ ଚାଷୀ ବିରୋଧୀ ଆଭିମୁଖ୍ୟର କଡ଼ା ଜବାବ ରଖିଥିଲେ।
କହିଛନ୍ତି, କୃଷକଙ୍କ ପାଇଁ ୧୫ଦିନ ଧରି ରାଜରାସ୍ତାରେ ବସି ସତ୍ୟାଗ୍ରହ ଚଳାଇଥିଲା ଭାଜପା। ସେପଟେ ବିଧାୟକ ଦଳ ଉକ୍ତ ପ୍ରସଙ୍ଗରେ ଗୃହ ବର୍ଜନ କରି ଆନ୍ଦୋଳନରେ ସାମିଲ ହେବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ବା ତାଙ୍କର ମନ୍ତ୍ରୀ ପରିଷଦ କେହି ହେଲେ ଏ ପ୍ରସଙ୍ଗରେ ବିରୋଧୀ ଦଳ ସହ ଆଲୋଚନା କଲେନାହିଁ। ଅପରପକ୍ଷରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ଯାଇ ପଦ୍ମପୁରରେ ନିର୍ବାଚନୀ ସଭା କରି କୃଷି ଓ କୃଷକଙ୍କ ପ୍ରସଙ୍ଗ ଏବଂ ପବିତ୍ର ବିଧାନସଭାକୁ ପ୍ରତ୍ୟାଖ୍ୟାନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ସେ କହିଛନ୍ତି। ବିଧାୟକ ମାଝୀ କହିଛନ୍ତି, ବିଧାନସଭା ଚାଲିଥିବାବେଳେ ପରାଜୟ ଭୟରେ ଆତଙ୍କିତ ମୁଖ୍ୟମନ୍ତ୍ରୀ, କୃଷିମନ୍ତ୍ରୀ, ଅର୍ଥମନ୍ତ୍ରୀ, ଜଳ ସମ୍ପଦ ମନ୍ତ୍ରୀ, ଖାଦ୍ୟ ଯୋଗାଣ ମନ୍ତ୍ରୀ, ସମବାୟ ମନ୍ତ୍ରୀଙ୍କ ସମେତ ୧୬ଜଣ ମନ୍ତ୍ରୀ ଓ ୬୦ରୁ ଊର୍ଦ୍ଧ୍ୱ ବିଜେଡି ବିଧାୟକ ରାଜ୍ୟ ପ୍ରସଙ୍ଗକୁ ଛାଡ଼ି ପଦ୍ମପୁର ଉପନିର୍ବାଚନରେ ବ୍ୟସ୍ତ ଅଛନ୍ତି। ନିଜ ନିର୍ବାଚନମଣ୍ଡଳୀ ସମେତ ରାଜ୍ୟର ସମସ୍ତ ଚାଷୀ ହତାଶରେ ଅଛନ୍ତି। ଯେଉଁ ବରଗଡ଼ ଜିଲାର ସୋହେଲାଠାରେ ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୧୦୦ ଟଙ୍କାର ବୋନସ ଦେବାକୁ ୬ ବର୍ଷ ତଳେ ଘୋଷଣା କରିଥିବା ମୁଖ୍ୟମନ୍ତ୍ରୀ ତାହାକୁ ନ ଦେଇ ଠକି ଚାଲିଛନ୍ତି। ଏପରି କି ଶୁକ୍ରବାର ଉକ୍ତ ଜିଲାକୁ ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାରରେ ଯାଇଥିଲେ ମଧ୍ୟ ସେ ସମ୍ପର୍କରେ ଉତ୍ତର ରଖିଲେ ନାହିଁ ବୋଲି କହି ସେ ତାଙ୍କୁ ସମାଲୋଚନା କରିଛନ୍ତି।
କୃଷକଙ୍କ ପ୍ରସଙ୍ଗରେ ସରକାର ଆଲୋଚନାକୁ ନ ଆସିବାରୁ ଭାଜପା ବିଧାୟକମାନେ ଗୃହ ବର୍ଜନ କରି ବିଧାନସଭା ପରିସର ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ତଳେ ଧାରଣାରେ ବସି ପ୍ରତିବାଦ କରିଥିଲେ। ପରେ ସେମାନେ ବିଧାନସଭାରୁ ଆସି ଚାଷୀ ଆନ୍ଦୋଳନରେ ସାମିଲ ହୋଇଥିଲେ। ଏହି ଚାଷୀ ସମାବେଶରେ ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ଭାସ୍କର ମଢ଼େଇ, ଜୟନ୍ତ ଷଡଙ୍ଗୀ, ସୁକାନ୍ତ ନାୟକ, ସନାତନ ବିଜୁଳି, ନବ ଚରଣ ମାଝୀ ପ୍ରମୁଖ ଯୋଗଦେଇ ଆଗାମୀ ଦିନରେ ମିଥ୍ୟାବାଦୀ ଓ ଚାଷୀ ବିରୋଧୀ ରାଜ୍ୟ ସରକାରଙ୍କ ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଆହ୍ବାନ ଦେଇଥିଲେ। ରାଜ୍ୟ ମୁଖପାତ୍ର ଦିଲୀପ ମହାନ୍ତିଙ୍କ ସଂଯୋଜନାରେ ଏହି ଘେରାଉ ସମାବେଶରେ ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର, ରାଜ୍ୟ ଉପସଭାନେତ୍ରୀ ଅନିତା ଶୁଭଦର୍ଶିନୀ ପଟ୍ଟନାୟକ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ରାଜ୍ୟ ଚାଷୀଙ୍କ ସମସ୍ୟାର ସମାଧାନ ନ ହେବା ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଆନ୍ଦୋଳନ ଜାରି ରହିବ ବୋଲି ଭାଜପା ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ-ମାଓବାଦୀ ଗୁଳି ବିନିମୟ: ଦୁଇ ମହିଳାଙ୍କ ସମେତ ୭ ମାଓବାଦୀ ମୃତ

ମାଲକାନଗିରି,୩୦।୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ ମହିଳାଙ୍କ ସହ ୭ ମାଓବାଦୀଙ୍କ ମୃତ୍ୟୁ...

ସାନଖେମୁଣ୍ଡି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ରମେଶ ଜେନା

ଛତ୍ରପୁର,୩୦।୪(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କୁ କଂଗ୍ରେସ ପୁଣି ପ୍ରାର୍ଥୀ କରି ରିପିଟ୍‌ କରିଛି। ସାନଖେମୁଣ୍ଡି ବିଧାନସଭା ଆସନ ପାଇଁ...

ଖରାକୁ ଖାତିର ନ କରି ବାଇକ୍‌ରେ ବୁଲି ପ୍ରଚାର କଲେ ପ୍ରାର୍ଥୀ

କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ):କେସିଙ୍ଗା,୩୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକ ଅଧୀନ ବୋରିଆ, ପର୍ଥଲା, କିକିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ରଚାର କରିଛନ୍ତି ବିଜେଡିର ଉଭୟ ପ୍ରାର୍ଥୀ।...

ପ୍ରାର୍ଥତ୍ପତ୍ର ଦାଖଲକୁ ଆଉ ୩ ଦିନ ବାକି: ଖଲ୍ଲିକୋଟ ବିଧାନସଭା ଲାଗି ଛିଣ୍ଡୁନି ବିଜେଡିର ଅଙ୍କ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର): ମେ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷହେବାକୁ ଆଉ ମାତ୍ର ୩ ଦିନ ବାକି...

ଅପରାଜିତାଙ୍କୁ ବିହାର ପଠାଇଦେବି: ଭାଜପା ଛାଡିବା ପରେ ବର୍ଷିଲେ କାଳୁ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିଧାନସଭା ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ପରେ ସେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କାଳୁଙ୍କ...

ଭାଜପାକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ କାଳୁଙ୍କ ସମେତ ୧୦୦ରୁ ଅଧିକ କର୍ମୀ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପାଇଁ ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି। ଆସନ୍ତା ୨ରେ ଭାଜପା ଭୁବନେଶ୍ବର ଲୋକ...

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri