Odisha Elections 2024

ଭୁବନେଶ୍ୱରରୁ ଆରମ୍ଭ ହେବ ହକି ବିଶ୍ୱକପ୍‌ ଟ୍ରଫି ଟୁର୍‌୩୩

ଭୁବନେଶ୍ୱର, ୩।୧୨: ଭୁବନେଶ୍ୱର ଓ ରାଉରକେଲାରେ ହେବାକୁଥିବା ଆଗାମୀ ହକି ବିଶ୍ୱକପ୍‌କୁ ସ୍ମରଣୀୟ କରିବା ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ, ହକି ଇଣ୍ଡିଆ ଓ ଓଡ଼ିଶା ସରକାର ବ୍ୟାପକ ପଦକ୍ଷେପ ନେଉଛନ୍ତି। ଏଥିପାଇଁ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ପ୍ରଥମ ଥର ପାଇଁ ହକି ବିଶ୍ୱକପ୍‌ ଟ୍ରଫି ଟୁର୍‌ର ପରିକଳ୍ପନା କରାଯାଇଛି। ହକି ଇଣ୍ଡିଆ ପକ୍ଷରୁ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ଚଳିତ ମାସ ୫ ତାରିଖରେ ଭୁବନେଶ୍ୱରରୁ ଟ୍ରଫି ଟୁର୍‌ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ରଫିକୁ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀଙ୍କୁ ହସ୍ତାନ୍ତର କରିବେ। ଏହି ଟ୍ରଫି ୧୨ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପରିକ୍ରମା କରିବା ପରେ ଡିସେମ୍ବର ୨୫ରେ ଭୁବନେଶ୍ୱର ଫେରିବା କାର୍ଯ୍ୟକ୍ରମ ରହିଛି। ୨୧ ଦିନିଆ ଟୁର୍‌ ମଧ୍ୟରେ ଟ୍ରଫି ପଶ୍ଚିମବଙ୍ଗର କୋଲକାତା, ମଣିପୁରର ଇମ୍ଫାଲ, ଆସାମର ଗୁଆହାଟୀ, ଝାଡ଼ଖଣ୍ଡର ଜାମସେଦପୁର ଓ ରାଞ୍ଚତ୍, ଉତ୍ତର ପ୍ରଦେଶର ଲକ୍ଷ୍ନୌ, ପଞ୍ଜାବର ଅମୃତସର, ହରିୟାଣାର ସୋନିପତ, ଦିଲ୍ଲୀ, ମଧ୍ୟପ୍ରଦେଶର ଭୋପାଳ, ମହାରାଷ୍ଟ୍ରର ମୁମ୍ବାଇ, ତାମିଲନାଡ଼ୁର ଚେନ୍ନାଇ, କେରଳର ଥିରୁଭାନନ୍ତପୁରମ, କର୍ନାଟକର ବେଙ୍ଗାଲୁରୁ ଏବଂ ଅନ୍ୟ କେତେକ ସ୍ଥାନ ଭ୍ରମଣ କରିବ। ୨୫ ତାରିଖରେ ଟ୍ରଫି ଓଡ଼ିଶାରେ ପହଞ୍ଚତ୍ବା ପରେ ବିଭିନ୍ନ ସହର ପରିକ୍ରମା କରିବ। ଆଗାମୀ ହକି ବିଶ୍ୱକପ୍‌ ଭୁବନେଶ୍ୱରର କଳିଙ୍ଗ ଓ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।
”ଆଗାମୀ ମେଗା ଟୁର୍ନାମେଣ୍ଟରେ ବିଶ୍ୱର ଶ୍ରେଷ୍ଠ ଦଳଗୁଡ଼ିକ ଅଂଶଗ୍ରହଣ କରିବେ। ତେଣୁ ଦେଶର ଯଥାସମ୍ଭବ ଅଧିକ ସ୍ଥାନରେ ଟ୍ରଫିକୁ ହକି ପ୍ରଶଂସକଙ୍କ ନିକଟରେ ପହଞ୍ଚାଇବାକୁ ଉଦ୍ୟମ କରାଯାଉଛି। ଫଳରେ ହକି ପ୍ରେମୀମାନେ ନିକଟରୁ ଟ୍ରଫିକୁ ଦେଖିପାରିବେ। ଭାରତର ଦର୍ଶକମାନେ ସର୍ବଦା ହକିକୁ ଭଲପାଇ ଆସିଛନ୍ତି। ଆଗାମୀ ଟୁର୍ନାମେଣ୍ଟରେ ସେମାନେ ଭାରତୀୟ ଦଳକୁ ସମର୍ଥନ କରିବାକୁ ବ୍ୟଗ୍ରତାର ସହ ଅପେକ୍ଷା କରି ରହିଛନ୍ତି। ଟ୍ରଫି ଟୁର୍‌ ଫଳରେ ପ୍ରଶଂସକମାନେ ହକି ସହ ଜଡ଼ିତ ହୋଇ ରହିବେ ଏବଂ ଟୁର୍ନାମେଣ୍ଟ ପୂର୍ବରୁ ଭାରତୀୟ ଦଳକୁ ସେମାନଙ୍କ ଶୁଭେଚ୍ଛା ପ୍ରେରଣ କରିପାରିବେ ବୋଲି ଆମେ ଅନୁଭବ କରୁଛୁ। ଏହା ଭାରତୀୟ ହକିପ୍ରେମୀଙ୍କୁ ନିଶ୍ଚିତ ଆମୋଦିତ କରିବ“ ବୋଲି ଦିଲୀପ ପ୍ରକାଶ କରିଛନ୍ତି।
ଜାନୁୟାରୀ ୧୩ରେ ଭାରତ ପୁଲ୍‌ ‘ଡି’ରେ ସ୍ପେନ୍‌ ବିପକ୍ଷରେ ମ୍ୟାଚ ଖେଳି ଅଭିଯାନ ଆରମ୍ଭ କରିବ। ଏହି ପୁଲ୍‌ର ଅନ୍ୟ ଦଳଗୁଡ଼ିକ ହେଲେ ଇଂଲଣ୍ଡ ଓ ଓ୍ବେଲ୍ସ। ପୁଲ୍‌ ‘ଏ’ରେ ଅଷ୍ଟ୍ରେଲିଆ, ଆର୍ଜେଣ୍ଟିନା, ଫ୍ରାନ୍ସ, ଦକ୍ଷିଣ ଆଫ୍ରିକା, ପୁଲ୍‌ ‘ବି’ରେ ବେଲ୍‌ଜିୟମ, ଜର୍ମାନୀ, କୋରିଆ, ଜାପାନ ଏବଂ ପୁଲ୍‌ ‘ସି’ରେ ନେଦରଲାଣ୍ଡ୍ସ, ନ୍ୟୁଜିଲାଣ୍ଡ, ମାଲେସିଆ ଓ ଚିଲି ସ୍ଥାନ ପାଇଛି।

(କ୍ରୀଡ଼ା ପ୍ରତିନିଧି)


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ...

ରାଜ୍ୟ ନେତାଙ୍କ ଲେଖାକୁ ଶୁଆ ଭଳି ଗାଇ ଦେଉଛନ୍ତି ଭାଜପାର ଟୁରିଷ୍ଟ ନେତା:ବିଜେଡି

ଭୁବନେଶ୍ୱର,୧୭।୫(ଶର୍ମିଷ୍ଠା ପାଣିଗ୍ରାହୀ)- ଭାଜପାର ମାଳ ମାଳ ଟୁରିଷ୍ଟ ନେତା ଏବେ ଓଡିଶାରେ। ଯେଉଁମାନେ ଓଡିଶା ବିଷୟରେ କିଛି ଜାଣିନାହାନ୍ତି। ରାଜ୍ୟ ନେତା ଯାହା ଲେଖା ଦେଉଛନ୍ତି,...

୨୦-୨୧ରେ ହିଟ୍‌ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ...

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…

ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର...

ନିର୍ବାଚନ ବେଳେ ଓଡ଼ିଶା ଆସନ୍ତି ପଲିଟିକାଲ ଟୁରିଷ୍ଟ: ନବୀନ

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri