ଉଦ୍‌ଘାଟନର ୪୮ ଘଣ୍ଟା ପରେ ବି ମଣ୍ଡିରୁ ଉଠୁନି ଧାନ

କର୍ଲାମୁଣ୍ଡା,୩ା୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ୩ ଟି ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ସିଧାସଳଖ ଭାବେ ଚାଷୀଙ୍କଠାରୁ ଧାନ କ୍ରୟ ପାଇଁ ମଣ୍ଡିଗୁଡ଼ିକୁ ସ୍ଥାନୀୟ ତହସିଲଦାର ମିଳନ କୁମାର ଝାଙ୍କର ଉଦ୍‌ଘାଟନ କରିଥିଲେ। ତେବେ ଉଦ୍‌ଘାଟନ ହେବାର ୪୮ଘଣ୍ଟା ବିତିଥିଲେ ହେଁ ମଣ୍ଡିଗୁଡ଼ିକରେ ପଡ଼ିଥିବା ଚାଷୀଙ୍କ ଧାନ ବର୍ତ୍ତମାନ ସୁଦ୍ଧା ଉଠି ନ ଥିବା ଓ ମିଲ୍‌ ମାଲିକମାନେ କ୍ୱିଣ୍ଟାଲ ପିଛା ୭ କେଜି କଟ୍‌ନୀ ପାଇଁ ଅଡ଼ି ବସିଥିବାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇ ଥିବା ଚାଷୀ ଲିଙ୍ଗରାଜ ସାହୁ ଅଭିଯୋଗ କରିଛନ୍ତି। ଏନେଇ ତହସିଲଦାର ମିଳନ କୁମାର ଝାଙ୍କରଙ୍କୁ ପଚାରିବାରୁ ଏ ବିଷୟରେ ମୋ ପାଖରେ ସୁଚନା ନାହିଁ ବୋଲି କହିଥିବା ବେଳେ କର୍ଲାମୁଣ୍ଡା ସମବାୟ ସମିତିର ସମ୍ପାଦକ ଭବାନୀ ଶଙ୍କର ସାହୁ ଏହି ସମସ୍ୟା ବିଷୟରେ ସମସ୍ତଙ୍କୁ ସୂଚନା ଦେଇଥିବା ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, କର୍ଲାମୁଣ୍ଡା ମଣ୍ଡିରେ ୧୦ ଜଣ ଚାଷୀଙ୍କ ୧୦୨୭ ବସ୍ତା ଧାନ, ଜୋରାଡବରା ସମବାୟ ସମିତିର ମଣ୍ଡିରେ ୧୩ ଜଣ ଚାଷୀଙ୍କ ୧୨୫୨ ବସ୍ତା ଧାନ ପଡ଼ି ରହିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

୭୫୩ ଦିନ ପରେ ସରିଲା ବନବାସ, ଟିମ୍‌ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ...

୧୮ ମାଓବାଦୀଙ୍କ ମୁଣ୍ଡ ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର

ଭୁବନେଶ୍ୱର,୨୦।୧୦: ମାଓବାଦୀଙ୍କୁ ଧରାଇ ଦେବା ପାଇଁ ପୋଲିସ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ବୌଦ୍ଧ ପୋଲିସ ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ୮ କୋଟି...

ଶୋଇଥିବା ଅବସ୍ଥାରେ ବୃଦ୍ଧଙ୍କୁ ହତ୍ୟା କରି ରେଳଧାରଣା କଡ଼ରେ ଫିଙ୍ଗିଥିଲେ ୨ ଅଭିଯୁକ୍ତ: ୧୪ ବର୍ଷ ପରେ ଆସିଲା ବଡ଼ ରାୟ…

ଖୋର୍ଦ୍ଧା,୨୦ା୧୨(ପ୍ରଭାତ ପାଣିଗ୍ରାହୀ): ଟାଙ୍ଗୀ ଥାନା ଅନ୍ତର୍ଗତ ହଳଦିଆପାଟଣା ଗ୍ରାମର ବୃନ୍ଦାବନ ରାଉତ ହତ୍ୟାକାଣ୍ଡ ମାମଲାର ରାୟ ଦୀର୍ଘ ୧୪ ବର୍ଷ ପରେ ପ୍ରକାଶ ପାଇଛି। ଏହି...

ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!

ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri