୧୦.୫ ଲକ୍ଷ କୋଟିର ପ୍ରସ୍ତାବ

ଭୁବନେଶ୍ୱର, ୪।୧୨(ବ୍ୟୁରୋ): କୋଭିଡ୍‌ ପରେ ରାଜ୍ୟକୁ ଏକ ବଡ଼ ପୁଞ୍ଜିନିବେଶ ସୁଯୋଗ ସୃଷ୍ଟି ହୋଇଛି। ରାଜ୍ୟରେ ୬ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ସୃଷ୍ଟି ହେବାର ଲକ୍ଷ୍ୟ ନେଇ ନଭେମ୍ବର ୩୦ରୁ ଆୟୋଜିତ ହୋଇଥିବା ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୦୨୨ରେ ୧୦.୫୦ ଲକ୍ଷ କୋଟି ଟଙ୍କାର ପ୍ରସ୍ତାବ ଆସିଛି। କେବଳ ସେତିକି ନୁହେଁ, ରାଜ୍ୟରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୧୦ ଲକ୍ଷ ୩୭ ହଜାର ୭୦୧ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି ହୋଇଛି। ବିଶେଷ କରି ମିନେରାଲ, ମେଟାଲ ଓ ଆନୁଷଙ୍ଗିକ ଶିଳ୍ପ କ୍ଷେତ୍ରରେ ୫ଲକ୍ଷ ୪୯ହଜାର ୭୬୪ କୋଟି ଟଙ୍କାର ପୁଞ୍ଜିନିବେଶ ସୁଯୋଗ ସୃଷ୍ଟି ହୋଇଥିବାବେଳେ ଶକ୍ତି, ଅକ୍ଷୟଶକ୍ତି ଓ ସବୁଜ ଶକ୍ତି କ୍ଷେତ୍ରରେ ୨ ଲକ୍ଷ ୩୮ ହଜାର ୪୫୫ କୋଟି, ଲଜିଷ୍ଟିକ୍‌ ଓ ମାନୁଫାକ୍ଚରିଂ କ୍ଷେତ୍ରରେ ୧ ଲକ୍ଷ ୧୯ ହଜାର, ୧୯୭ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରସ୍ତାବ ଆସିଛି। ସେହିପରି କୃଷି, ପର୍ଯ୍ୟଟନ, ଆଇଟି, ଖାଦ୍ୟ ପ୍ରକ୍ରିୟାକରଣ, ସିମେଣ୍ଟ, ହେଲ୍‌ଥ କେୟାର ଓ ଫାର୍ମାସ୍ୟୁଟିକାଲ, ମହାକାଶ ଓ ପ୍ରତିରକ୍ଷା କ୍ଷେତ୍ରରେ ମଧ୍ୟ ପୁଞ୍ଜିନିବେଶ ପାଇଁ ପଥ ପ୍ରଶସ୍ତ ହୋଇଛି। କୋଭିଡ୍‌ ମହାମାରୀ ପରେ ଏହା ହେଉଛି ସବୁଠାରୁ ବଡ଼ ପୁଞ୍ଜିନିବେଶ ଆଗ୍ରହ। ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ଶେଷ ଅଧିବେଶନରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାକୁ ଏକ ନୂତନ ଯୁଗ ଆଡ଼କୁ ନେବା ଲାଗି ଏହି ବୃହତ୍‌ ପୁଞ୍ଜିନିବେଶକୁ କିପରି ଉପଯୋଗ କରାଯାଇପାରିବ ସେ ନେଇ ସମସ୍ତେ ମିଳିମିଶି ଉଦ୍ୟମ କରିବାକୁ ହେବ। ନିବେଶକାରୀଙ୍କ ସହ ଅଧିକ ମାଇଲ ଚାଲିବାକୁ ପ୍ରସ୍ତୁତ ଥିବା ଦୃଢ଼ ପ୍ରତିଶ୍ରୁତି ଓ ଭରସା ଦିଆଯାଇଛି। ଆମେ ଚାଲିବୁ ଏବଂ ଜିତିବୁ। ଆଶାଠାରୁ ଅଧିକ ପୁଞ୍ଜି ନିବେଶ ପ୍ରସ୍ତାବ ଆସିଥିବାରୁ ମୁଖ୍ୟମନ୍ତ୍ରୀ ଆୟୋଜକ ଫିକିର ସମସ୍ତ ଟିମ୍‌କୁ ବିଶେଷ ଧନ୍ୟବାଦ ଦେଇଛନ୍ତି। ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭରେ ସହଯୋଗ କରିଥିବା ଜାପାନ, ନରଓ୍ବେ ଏବଂ ଜର୍ମାନୀ ଭଳି ବିଦେଶୀ ଅଂଶୀଦାରଙ୍କୁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଧନ୍ୟବାଦ ଦେଇଛନ୍ତି। ଏଥିସହିତ ଏହା ମିଳିତ ବ୍ୟବସାୟ, ବାଣିଜ୍ୟ ଏବଂ ଲୋକଙ୍କ ମଧ୍ୟରେ ସମ୍ପର୍କକୁ ସୁଦୃଢ଼ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri