ସିକନ୍ଦରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୪।୧୨(ଡି.ଏନ୍‌.ଏ.): ସିକନ୍ଦରାବାଦରେ ପୁଣି ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ଗମ୍ଭାରୀଗୁଡ଼ା ପଞ୍ଚାୟତ ସର୍ଲିଗୁଡ଼ା ଗ୍ରାମର ତେଜରାଜ ନାଏକ(୨୭)। ଅନ୍ୟପକ୍ଷେ ଦୁଇମାସ ମଧ୍ୟରେ କୋକସରା ବ୍ଲକର ବିଭିନ୍ନ ଗ୍ରାମରୁ ୮ଜଣ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ଦାଦନ ସସସ୍ୟା ରୋକିବାରେ ସରକାରଙ୍କ ବିଭିନ୍ନ ଯୋଜନା ଦିଗହରା ହୋଇଛି।

ମିଳିଥିବା ସୂଚନା ମୁତାବକ, ତେଜରାଜ ୭ ମାସ ତଳେ ଗାଁର କିଛି ଯୁବକଙ୍କ ସହ ପେଟପାଟଣା ପାଇଁ ସିକନ୍ଦରାବାଦକୁ ଦାଦନ ଖଟିବାକୁ ଯାଇଥିଲେ। ପରେ ସେ କାମପାଳିର ଏକ ଠିକାସଂସ୍ଥାରେ ଶ୍ରମିକ ଭାବେ ନିୟୋଜିତ ହୋଇ କାମ କରୁଥିଲେ। ହେଲେ ଶନିବାର ଅପରାହ୍ନରେ କୌଣସି କାରଣ ବଶତଃ ସେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ସ୍ଥାନୀୟ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ସାଥୀ ଶ୍ରମିକମାନେ ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ। ଖବର ପାଇ ଘରେ କାନ୍ଦ ବୋବାଳି ପଡ଼ିଥିଲା। ଏନେଇ ପରିବାର ଲୋକେ କୋକସରା ଥାନାକୁ ଜଣାଇବା ସହ ମୃତଦେହ ଆଣିବାକୁ ସିକନ୍ଦରାବାଦ ଯାଇଥିଲେ। ସେଠାରୁ ଏକ ଆମ୍ବୁଲାନ୍ସ ଯୋଗେ ମୃତଦେହ ଧରି ଗାଁକୁ ଫେରୁଥିବା ସୂଚନା ମଳିଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri