ଚାଷ ଜମି ଫାଟି ଆଁ, ମରୁଡ଼ି ଆଶଙ୍କା: ଚାଷୀକୂଳ ହତାଶ

ତେଲକୋଇ, ୨୫।୭(ଡି.ଏନ.ଏ.)-ସ୍ବଳ୍ପ ବୃଷ୍ଟି ପାତ ଯୋଗୁଁ ତେଲକୋଇ ବ୍ଲକରେ ଚାଷ ଜମି ଫାଟି ଆଁ କଲାଣି। ଧାନ ରୁଆ, ବିହୁଡା ଠପ ହୋଇଥିବା ବେଳେ ଧାନ ତଳି ହଳଦିଆ ହୋଇ ପଡିଛି। ଶ୍ରାବଣ ମାସ ଆରମ୍ଭ ହୋଇଥିବା ବେଳେ ବର୍ଷା ର ଦେଖା ନାହିଁ। ଅନ୍ୟପକ୍ଷରେ ବର୍ଷାର ଅଭାବ ଯୋଗୁଁ ନଦୀ ନାଳର ଜଳ ଉତ୍ସ ଗୁଡିକରେ ପାଣି ନାହିଁ । ବ୍ଲକ ଅଧୀନରେ ୧୨ହଜାର ହେକ୍ଟରରୁ ଊର୍ଦ୍ଧ୍ୱ ଧାନକ୍ଷେତ ମାତ୍ର ୫ପ୍ରତିଶତ କାର୍ଯ୍ୟ ହୋଇଯାଇଛି। ଏହି ୫ପ୍ରତିଶତ ଚାଷ ଜମିରେ ଚାଷ ବଞ୍ଚାଇବା ପାଇଁ ଚାଷୀ ମାନେ ମୋଟର ସାହାଯ୍ୟରେ ପାଣି ମଡାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ତେବେ ଏହି ବ୍ଲକ ଅଧୀନରେ ୧୨ଟି କ୍ଷୁଦ୍ର ଜଳ ସେଚନ ପ୍ରକଳ୍ପ ରହିଛି । ଏଥିରେ ୬ହଜାର ହେକ୍ଟର ଜମିରେ ଜଳସେଚନର ଯୋଜନା ରହିଥିଲେ ହେଁ କୌଣସି ପ୍ରକଳ୍ପରେ ପାଣି ନାହିଁ। ଏଥି ଯୋଗୁଁ ଚାଷ କାର୍ଯ୍ୟରେ ଗୁରୁତର ବାଧା ସୃଷ୍ଟି ହୋଇଛି । ଏହି ଅଞ୍ଚଳରେ ମୁଖ୍ୟ ଜୀବିକା ଧାନ ଚାଷ ହୋଇଥିବା ବେଳେ ଚାଷୀ କୂଳ ହତାଶ ହୋଇପଡିଛନ୍ତି। ଜୁଲାଇ ମାସରେ ଆଦୌବର୍ଷା ହୋଇନଥିବା ଯୋଗୁଁ ଚାଷୀଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି। କୃଷି ବିଭାଗର ଅଧିକାରୀ ଶିବାନୀ ସାହୁଙ୍କ କହିବାନୁଯାୟୀ ବର୍ଷାର ଅଭାବ ଯୋଗୁଁ ବ୍ଲକ ଅଧୀନରେ ମାତ୍ର ୧୨୪ହେକ୍ଟର ଚାଷ ଜମିରେ ଚାଷ କାର୍ଯ୍ୟହୋଇଛି। ହେଲେ ଉକ୍ତ ଜମି ପାଇଁ ପାଣିର ଆବଶ୍ୟକ ରହିଥିବା ବେଳେ ଆଗାମୀ ୨/୩ ଦିନ ମଧ୍ୟରେ ବର୍ଷା ନହେଲେ ଚାଷୀଙ୍କ ପ୍ରଭୃତ କ୍ଷତି ସମ୍ଭାବନା ହେବା ସ୍ବୀକାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri