Posted inଜାତୀୟ

ବଳପୂର୍ବକ ଧର୍ମାନ୍ତରୀକରଣ ସମ୍ବିଧାନ ବିରୋଧୀ

ନୂଆଦିଲ୍ଲୀ,୬।୧୨: ବଳପୂର୍ବକ ଧର୍ମାନ୍ତରୀକରଣ ଏକ ଗମ୍ଭୀର ପ୍ରସଙ୍ଗ ଏବଂ ଏହା ସମ୍ବିଧାନ ବିରୋଧୀ ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଭୟ ଦେଖାଇ, ଧମକ ଦେଇ, କିମ୍ବା ଉପହାର ଏବଂ ଆର୍ଥତ୍କ ଫାଇଦାର ପ୍ରଲୋଭନ ଦେଖାଇ କରାଯାଉଥିବା ପ୍ରତାରଣାପୂର୍ଣ୍ଣ ଧର୍ମ ପରିବର୍ତ୍ତନ ରୋକିବା ଦିଗରେ କଠୋର ପଦକ୍ଷେପ ନେବା ନିମନ୍ତେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି ଆଇନଜୀବୀ ଅଶ୍ୱିନୀ କୁମାର ଉପାଧ୍ୟାୟ ସର୍ବୋଚ୍ଚ ଅଦାଲତରେ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଏହାର ଶୁଣାଣି ବେଳେ ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ ଉପରୋକ୍ତ ଟିପ୍ପଣୀ ଦେଇଛନ୍ତି। ଏଭଳି ଧର୍ମ ପରିବର୍ତ୍ତନ ସମ୍ପର୍କରେ ରାଜ୍ୟଗୁଡ଼ିକରୁ ତଥ୍ୟ ସଂଗ୍ରହ କରାଯାଉଛି ବୋଲି କେନ୍ଦ୍ର ସରକାର ଜବାବ ରଖିଥିଲେ। ସବିଶେଷ ତଥ୍ୟ ଉପସ୍ଥାପନ ନିମନ୍ତେ କେନ୍ଦ୍ର ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଅଦାଲତଙ୍କୁ ସପ୍ତାହେ ସମୟ ମାଗିଥିଲେ।
ପିଟିଶନର ଶୁଣାଣି ଯୋଗ୍ୟତାକୁ ନେଇ ଜଣେ ଆଇନଜୀବୀ ପ୍ରଶ୍ନ କରିବାରୁ ବେଶୀ ଚାଲାକି ଦେଖାଅ ନାହିଁ ବୋଲି ଖଣ୍ଡପୀଠ କହିଥିଲେ। ଆମେ ଏକ ସମାଧାନରେ ପହଞ୍ଚତ୍ବାକୁ ଏବଂ ସବୁ କିଛିକୁ ଠିକ୍‌ ବାଟରେ ନେବା ଲାଗି ଏଠି ବସିଛୁ। ଯଦି ପରୋପକାରର ଉଦ୍ଦେଶ୍ୟ ଭଲ ହୋଇଥାଏ, ତେବେ ସ୍ବାଗତଯୋଗ୍ୟ। ପରୋପକାରର ଉଦ୍ଦେଶ୍ୟ ଧର୍ମାନ୍ତରୀକରଣ ହେବା ଉଚିତ ନୁହେଁ ବୋଲି ଖଣ୍ଡପୀଠ କହିଛନ୍ତି। ଏହାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି କରା ନଯାଉ, କାରଣ ଏହା ଅତି ଗମ୍ଭୀର ପ୍ରସଙ୍ଗ ଏବଂ ସମ୍ବିଧାନ ବିରୋଧୀ। ଭାରତରେ ରହିବାକୁ ହେଲେ ଏହାର ସଂସ୍କୃତି ଅନୁଯାୟୀ କାର୍ଯ୍ୟ କରିବାକୁ ପଡ଼ିବ ବୋଲି ଖଣ୍ଡପୀଠ ଟିପ୍ପଣୀ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୨ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri