Posted inଫୁରସତ

‘ମନ ମୁତାବକ କାମ ମିଳୁନି’

ମୁମ୍ବାଇ: ମନ ମୁତାବକ କାମ ମିଳୁ ନ ଥିବା କହିଛନ୍ତି ହିନ୍ଦୀ ଜଗତର ନାମକରା ଅଭିନେତ୍ରୀ ସ୍ବରା ଭାସ୍କର। ନିକଟରେ ସେ ଦେଇଥିବା ଏକ ସାକ୍ଷାତ୍‌କାରରେ କହିଛନ୍ତି ଯେ, ଇଣ୍ଡଷ୍ଟ୍ରିରେ ସେ ଜଣେ ଦକ୍ଷ ଓ ଅଭିଜ୍ଞ ସମ୍ପନ୍ନ କଳାକାର ହୋଇଥିଲେ ହେଁ ତାଙ୍କୁ ଆବଶ୍ୟକତା ଅନୁସାରେ କାମ ମିଳୁନାହିଁ। ତାଙ୍କ ଅଭିନୀତ ୬ରୁ ୭ଟି ଫିଲ୍ମ ବକ୍ସ ଅଫିସ୍‌ରେ ସୁପରହିଟ୍‌ ହୋଇଥିବାବେଳେ ଓ୍ବେବ୍‌ ସିରିଜ୍‌ରେ ମଧ୍ୟ ତାଙ୍କ ଅଭିନୟକୁ ଦର୍ଶକେ ଖୁବ୍‌ ପସନ୍ଦ କରିଛନ୍ତି। ଏତେସବୁ ପରେ ମଧ୍ୟ ଇଣ୍ଡଷ୍ଟ୍ରିରେ ତାଙ୍କୁ କାମ ମିଳୁନାହିଁ। ସାମାଜିକ ପ୍ରସଙ୍ଗରେ ନିଜର ମତ ପ୍ରକାଶ କରି ଚର୍ଚ୍ଚାରେ ରହୁଥିବା ସ୍ବରା ମାଧୋଲାଲ କିପ୍‌ ଓ୍ବାକିଂ ଜରିଆର ୨୦୦୯ରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏଥିସହ ରାଞ୍ଛଣା, ପ୍ରେମ ରତନ ଧନ ପାୟୋ, ନିଲ ବଟେ ସନାଟା, ଅନାରକଲି ଅଫ୍‌ ଆର୍‌ହା ଆଦି ଫିଲ୍ମରେ ସେ ଅଭିନୟ କରିଛନ୍ତି। ଅନେକ ସମୟରେ ନିଜ ପସନ୍ଦ ଅନୁସାରେ ଫିଲ୍ମକୁ ବାଛିବା ନେଇ ତାଙ୍କୁ ବହୁ ଅସୁବିଧା ଦେଇ ଗତି କରିବାକୁ ପଡ଼ିଥିବା ସ୍ବରା କହିଛନ୍ତି। କଂଗ୍ରେସ ପକ୍ଷରୁ ଚାଲିଥିବା ଭାରତ ଯୋଡ଼ ଯାତ୍ରାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ସାମିଲ ହୋଇ ଏବେ ସ୍ବରା ଲାଇମ୍‌ ଲାଇଟ୍‌ରେ ଅଛନ୍ତି। ଆଗାମୀ ଦିନରେ ସ୍ବରାଙ୍କ ଅଭିନୀତ ମର୍ଡରମିଷ୍ଟ୍ରି ମୀମାଂସା ରିଲିଜ୍‌ ହେବାକୁ ଥିବାବେଳେ ନାରୀ କୈନ୍ଦ୍ରିକ ଡ୍ରାମା ଫିଲ୍ମ ମିସେସ୍‌ ଫଲାନିରେ ସେ ନଜରକୁ ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri