୨ଶହ ମିଟର ଦୂର ଗଲେ ମିଳୁଛି ପିଇବା ପାଣି

ନନ୍ଦାହାଣ୍ଡି,୬।୧୨(ଡି.ଏନ୍‌.ଏ.):ଛୋଟ ଛୋଟ ଶିଶୁଙ୍କୁ ଉତ୍ତମ ପୁଷ୍ଟିକର ଖାଦ୍ୟ ଏବଂ ଉତ୍ତମ ପ୍ରାକ୍‌ ଶିକ୍ଷା ପ୍ରଦାନ ପାଇଁ ସରକାରଙ୍କ ଅଙ୍ଗନଓ୍ବାଡି ଯୋଜନାର ପରିକଳ୍ପନା। କିନ୍ତୁ ଏହି ଯୋଜନାରେ ବ୍ୟତିକ୍ରମ ଦେଖାଦେଇଛି ଜିଲା ମୁଖ୍ୟାଳୟର ସୀମାବର୍ତ୍ତୀ ଅଞ୍ଚଳରେ। ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ପୋଡାଲଗୁଡା ପଞ୍ଚାୟତରେ ଆଜକୁ ଦଶ ବର୍ଷ ହେବ ଅଙ୍ଗନୱାଡି କେନ୍ଦ୍ର ସ୍ଥାପିତ ହେଲାଣି। ଜରାଜୀର୍ଣ୍ଣ ଅବସ୍ଥାରେ ଅଙ୍ଗନଓ୍ବାଡି କେନ୍ଦ୍ରଟି ରହିଛି। ପାନୀୟ ଜଳ ଏଠାକାର ଏକ ମୁଖ୍ୟ ସମସ୍ୟା। ଖାଇ ସାରି କୋମଳମତି ଶିଶୁମାନେ ୨୦୦ ମିଟର ଦୂରକୁ ଯାଆନ୍ତି ପିଇବା ପାଣି ପାଇଁ। ଏହି ସମସ୍ୟାର ସମାଧାନ ପାଇଁ ଗ୍ରାମବାସୀ ବାରମ୍ବାର ପ୍ରଶାସନକୁ ଜଣାଇବା ପରେ ମଧ୍ୟ କୌଣସି ସୁଫଳ ମିଳି ନ ଥିବାରୁ ତୀବ୍ର ଅସନ୍ତୋଷ ଦେଖାଦେଉଛି। ଛୋଟ ପିଲାମାନେ ପାଣି ପାଇଁ ଦୂରକୁ ଯାଉଥିବାରୁ କୌଣସି ମୁହୂର୍ତ୍ତରେ ଅଘଟଣ ଆଶଙ୍କା ରହିଛି। ଏପରି ହେଲେ କିଏ ଦାୟୀ ରହିବ ବୋଲି ଗ୍ରାମବାସୀ ପ୍ରଶ୍ନ କରିଛନ୍ତି। ସେହିଭଳି ଉକ୍ତ କେନ୍ଦ୍ରରେ ପାଚେରି ନ ଥିବା ବେଳେ ଶୌଚାଳୟ ନାମକୁମାତ୍ର ଅଛି। କିନ୍ତୁ ଟାଙ୍କି ନ ଥିବାରୁ ବ୍ୟବହାର ହୋଇ ପାରୁନାହିଁ। ବାରମ୍ବାର ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ସମସ୍ୟାର ସମାଧାନ ହେଉନି ବୋଲି ସରୋଜ ବାଘ, ପ୍ରଦୀପ ଖୁରା, ଲିଙ୍ଗରାଜ ବିଷୋୟୀ, ନନ୍ଦେଇ ସାନ୍ତାଙ୍କ ସମେତ ବହୁ ଗ୍ରାମବାସୀ କହିଛନ୍ତି। ଏ ସମ୍ପର୍କରେ ନନ୍ଦାହାଣ୍ଡି ବିଡିଓ ଶିବଶଙ୍କର ମୁର୍ମୁଙ୍କୁ ପଚାରିବାରୁ ଉକ୍ତ କେନ୍ଦ୍ରକୁ ଯାଇ ଘଟଣାର ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନେବି ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri