କଳାପଟା ନାହିଁ, କବାଟରେ ଲେଖା ହେଲା ପ୍ରଶ୍ନ

ଧର୍ମଶାଳା,୭ା୧୨(ଡି.ଏନ୍‌.ଏ.): ବିଦ୍ୟାଳୟଗୁଡ଼ିକର ଭୂତ୍ତିଭୂମି ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ୫-ଟି ମାଧ୍ୟମରେ ବିପୁଳ ଟଙ୍କା ବ୍ୟୟ କରିଚାଲିଛନ୍ତି। ହେଲେ ଯାଜପୁର ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଏହି ଜିଲାର ଧର୍ମଶାଳା ବ୍ଲକ ଅନ୍ତର୍ଗତ ଅଣ୍ଟିଆ ଗ୍ରାମରେ ଥିବା ୫-ଟି ରୂପାନ୍ତରରଣ ପଞ୍ଚାୟତ ହିଙ୍ଗୁଳା ସରକାରୀ ଉଚ୍ଚ ବିଦ୍ୟାଳୟରେ ସୋମବାର ପରି ମଙ୍ଗଳାବର ମଧ୍ୟ ପିଲାଙ୍କୁ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ଯୋଗାଇ ଦିଆଯାଇନାହିଁ। ଫଳରେ ଶିକ୍ଷକଙ୍କ ଦ୍ୱାରା ବ୍ଲାକ୍‌ ବୋର୍ଡ ଓ ଶ୍ରେଣୀଗୃହ କବାଟରେ ଲେଖାଯାଇଥିବା ପ୍ରଶ୍ନକୁ ଦେଖି ପିଲା ଉତ୍ତର ଲେଖିଛନ୍ତି। ଉକ୍ତ ସ୍କୁଲର କେତେକ ଶ୍ରେଣୀଗୃହରେ କଳାପଟା ନ ଥିବାରୁ ଶ୍ରେଣୀଗୃହ କବାଟକୁ କଳାପଟା କରାଯାଇ ପ୍ରଶ୍ନ ଲେଖାଯାଇଛି, ଯାହାକି ଶିକ୍ଷା ବିଭାଗର ପାରିବାପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ସୂଚନା ମୁତାବକ, ସମଗ୍ର ଶିକ୍ଷା ଅଭିଯାନରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଷାଣ୍ମାସିକ ପରୀକ୍ଷା ପାଇଁ ସ୍କୁଲ୍‌ଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ଏହିକ୍ରମରେ ଅଣ୍ଟିଆସ୍ଥିତ ପଞ୍ଚାୟତ ହିଙ୍ଗୁଳା ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ସୋମବାରଠାରୁ ପରୀକ୍ଷା ଆରମ୍ଭ ହୋଇଛି। ସୋମବାର ପ୍ରଥମ ଦିନ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଆସିଥିବା ବେଳେ ସ୍କୁଲ୍‌କୁ ପ୍ରଶ୍ନପତ୍ର ଆସି ନ ଥିଲା। ଫଳରେ ଏହାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଏ ସମ୍ପର୍କରେ ଅଭିଭାବକ ଜାଣିପାରି ସ୍କୁଲର ପ୍ରଧାନଶିକ୍ଷୟିତ୍ରୀଙ୍କ ଅବହେଳାକୁ ଦାୟୀ କରିଥିଲେ। ମାତ୍ର ଅନିବାର୍ଯ୍ୟ କାରଣ ଯୋଗୁ ପ୍ରଶ୍ନପତ୍ର ଆଣିବା ସମ୍ଭବପର ହୋଇ ନ ଥିବା ପ୍ରଧାନଶିକ୍ଷୟିତ୍ରୀ କହିଥିଲେ। ପରେ ଅଭିଭାବକ, ସ୍କୁଲ କମିଟି ସଦସ୍ୟ ଓ ଶିକ୍ଷକମାନଙ୍କ ସହିତ ଆଲୋଚନା କରାଯାଇ ଶ୍ରେଣୀଗୃହର କଳାପଟା ଓ ଶ୍ରେଣୀ କବାଟରେ ପ୍ରଶ୍ନ ଲେଖାଯାଇଥିଲା। ପରୀକ୍ଷାର୍ଥୀ ସେଠାରୁ ପ୍ରଶ୍ନ ଦେଖି ଉତ୍ତର ଲେଖିଥିଲେ। ତେବେ ୨ୟ ଦିନରେ ମଧ୍ୟ ସମାନ ଅବସ୍ଥା ହୋଇଥିବାରୁ ଅଭିଭାବକ ଓ ଛାତ୍ରୀଛାତ୍ରଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ଏହି ସ୍ଥିତିରେ ସୁଧାର ଆଣିବା ପାଇଁ ଅଭିଭାବକମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ପ୍ରତିକ୍ରିୟା ପାଇଁ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ସରସ୍ବତୀ ପଣ୍ଡାଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ କୌଣସି ଉତ୍ତର ମିଳି ପାରିନାହିଁ। ସେହିପରି ବ୍ଲକ୍‌ ଶିକ୍ଷା ଅଧିକାରୀ ନିକୁଞ୍ଜ ବିହାରୀ ମହାନ୍ତିଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ୍‌ କଲ୍‌ ରିସିଭ୍‌ କରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri