‘ଏସ୍‌ଏଚ୍‌ଜିଙ୍କୁ ଆର୍ଥିକ ସହାୟତା ପ୍ରଦାନ’

ଭୁବନେଶ୍ୱର,୭।୧୨: ଇଣ୍ଡିଆନ୍‌ ବ୍ୟାଙ୍କ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଚନ୍ଦ୍ରଶେଖରପୁର ସ୍ଥିତ ରେଳ ଅଡିଟୋରିୟମଠାରେ ଏକ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି) ଆଉଟ୍‌ରିଚ୍‌ ଶିବିରର ଆୟୋଜନ କରାଯାଇଥିଲା। ଉକ୍ତ ଶିବିରରେ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଏବଂ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶାନ୍ତିଲାଲ ଜୈନ, ରାଜ୍ୟ ସରକାରଙ୍କ ଇନ୍‌ଷ୍ଟିଚ୍ୟୁଶନାଲ୍‌ ଫାଇନାନ୍ସ ବିଭାଗର ନିର୍ଦ୍ଦେଶକ ପ୍ରଜ୍ଞାସ୍ମିତା ସାହୁ ଓ ବ୍ୟାଙ୍କର କ୍ଷେତ୍ରୀୟ ମହାପ୍ରବନ୍ଧକ ମନୋଜ ଦାଶ, ମିଶନ ଶକ୍ତିର ଯୁଗ୍ମ ସଚିବ ବିନୋଦ କୁମାର ଜେନା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ନିର୍ଦ୍ଦେଶକ ସାହୁ ତାଙ୍କ ବକ୍ତବ୍ୟରେ ସ୍ବୟଂ ସହାୟକ ଗୋଷ୍ଠୀଗୁଡିକ ଗ୍ରାମାଞ୍ଚଳର ମେରୁଦଣ୍ଡ ବୋଲି ପ୍ରକାଶ କରିଥିଲେ। ସେହିପରି ଜୈନ କହିଥିଲେ, ଇଣ୍ଡିଆନ ବ୍ୟାଙ୍କ ଏସ୍‌ଏଚ୍‌ଜିଙ୍କୁ ଋଣ ପ୍ରଦାନ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବାବେଳେ ଗୃହ ନିର୍ମାଣ ପାଇଁ ଏସ୍‌ଏଚ୍‌ଜି ହାଉସିଂ ଆଦି ବିଭିନ୍ନ ଯୋଜନାରେ ୧୦ଲକ୍ଷରୁ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ରାଶି ବିନା ସିକ୍ୟୁରିଟିରେ ଉପଲବ୍ଧ ହୋଇପାରିବ। ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟର ୨୯୧୦ଟି ସ୍ବୟଂ ସହାୟକ ଗୋଷ୍ଠୀକୁ ୧୨୬ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଛି। ସେହିପରି ବ୍ୟାଙ୍କର କ୍ଷେତ୍ରୀୟ ମହାପ୍ରବନ୍ଧକ ମନୋଜ ଦାସ ବ୍ୟାଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଆର୍ଥିକ ସେବାକୁ ହିତାଧିକାରୀମାନେ ଠିକ୍‌ ବ୍ୟବହାର କରି ଲାଭବାନ୍‌ ହେବା ପାଇଁ ଆହ୍ବାନ କରିଥିଲେ। ଋଣଗ୍ରହୀତାମାନେ ସଠିକ୍‌ ସମୟରେ ଋଣ ପରିଶୋଧ କରି ସେମାନଙ୍କର କ୍ରେଡିଟ୍‌ ସ୍କୋରରେ ଉନ୍ନତି ଆଣିବାସହ ସୁଧ ରିହାତି ପାଇବା ଉପରେ ଦାସ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri