ଚିଲିକାରୁ ୧୦୫ ହେକ୍ଟର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗଁା,୯ା୧୨(ଡି.ଏନ୍‌.ଏ.):ଚିଲିକାକୁ ଘେରି ମୁକ୍ତ କରିବା ପାଇଁ ହାଇକୋର୍ଟ ଖୋର୍ଦ୍ଧା, ଗଞ୍ଜାମ ଓ ପୁରୀ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଗୁରୁବାର ଖୋର୍ଦ୍ଧା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶକ୍ରମେ ଚିଲିକା ତହସିଲଦାର ପ୍ରଦୀପ କୁମାର ସାହୁ ଓ ଜିଲା ମତ୍ସ୍ୟ ବିଭାଗ ନିର୍ଦ୍ଦେଶକ ଶଶାଙ୍କ ଶେଖର ସାହୁଙ୍କ ମିଳିତ ନେତୃତ୍ୱରେ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ବାଲୁଗଁା ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ ସଦଳବଳ ଚିଲିକାର ବାଲୁଗଁା ଜେଟିଠାରୁ କଳିଯୁଗେଶ୍ୱର ପାହାଡ଼ ପର୍ଯ୍ୟନ୍ତ ଥିବା ୧୦୫ ହେକ୍ଟର ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ କରିଥିଲେ। ୭ କୁଇଣ୍ଟାଲ ସରୁ ଆଲିମ ଜାଲ ଓ ବାଉଁଶ ବାଡି ଜବତ କରଯାଇଛି। ଜବତ ହୋଇଥିବା ଜାଲ ଓ ବାଉଁଶ ବାଡ଼ିକୁ ବାଲୁଗଁା ରାଜସ୍ବ ବିଭାଗ କାର୍ଯ୍ୟାଳୟ ନିକଟରେ ପୋଡ଼ି ଦିଆଯାଇଥିବା ଜଣାପଡ଼ିଛି। ଉଚ୍ଛେଦ କାର୍ଯ୍ୟକ୍ରମରେ ୨୫ଜଣ ଶ୍ରମିକ ନିୟୋଜିତ ହୋଇଥିଲେ। ତେବେ ଏହି ଘଟଣାରେ ପୋଲିସ ଏକ ମାମଲା (ନଂ.୨୭୬/୨୨) ରୁଜୁ କରିବା ସହ ୨ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ଅନ୍ୟପକ୍ଷରେ ଆଗକୁ ମଧ୍ୟ ଉଚ୍ଛେଦ ଅଭିଯାନ ଜାରି ରହିବ ବୋଲି ତହସିଲଦାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri