Posted inଜାତୀୟ

ଫଡନଭିସଙ୍କୁ ଭେଟିଲେ ଶ୍ରଦ୍ଧାଙ୍କ ପିତା, କହିଲେ ଶୀଘ୍ର ମିଳୁ ନ୍ୟାୟ

ମୁମ୍ବାଇ/ନୂଆଦିଲ୍ଲୀ,୯ ।୧୨: ଶ୍ରଦ୍ଧା ୱାଲକର ହତ୍ୟା ମାମଲାରେ ଅଭିଯୁକ୍ତ ଆଫତାବ ଅମିନ ପୁନାୱାଲାଙ୍କୁ ଦିଲ୍ଲୀ ପୋଲିସ କୋର୍ଟରେ ହାଜର କରାଇଛି । ସେ ଭିଡିଓ କନଫରେନ୍ସ ଜରିଆରେ ଉପସ୍ଥିତ ହୋଇଥିଲେ । ଏହି ସମୟରେ ଦିଲ୍ଲୀ ପୋଲିସର ତୃତୀୟ ବାଟାଲିୟନ ନିକଟରେ ସୁରକ୍ଷାର ସମସ୍ତ ଦାୟିତ୍ୱ ଦିଆଯାଇଥିଲା । ଏହାରି ଭିତରେ ଶ୍ରଦ୍ଧା ୱାଲକରଙ୍କ ପିତା ବିକାଶ ୱାଲକର ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଭେଟିଛନ୍ତି । ଏତିକି ବେଳେ ସେ ଉପ ମୁଖ୍ୟମନ୍ତ୍ରୀଙ୍କୁ କହିଛନ୍ତି ଅଭିଯୁକ୍ତ ଆଫତାବ ଅମିନ ପୁନାୱାଲାଙ୍କୁ ଖୁବଶୀଘ୍ର କଠୋର ଦଣ୍ଡ ଦିଆଯାଉ ।

ଶ୍ରଦ୍ଧାଙ୍କ ପିତାଙ୍କ ସହ ତାଙ୍କ ପରିବାର ସଦସ୍ୟ ବି ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କୁ ସାକ୍ଷାତ୍ କରିଛନ୍ତି । ଏହି ସମୟରେ ଏମାନଙ୍କ ସହ ଭାଜପା ନେତା କିରିଟ ସୌମୌୟା ବି ଉପସ୍ଥିତ ଥିଲେ । ପ୍ରେସ୍ କନଫରେନ୍ସ ସମୟରେ ଶ୍ରଦ୍ଧାଙ୍କ ପିତା କହିଛନ୍ତି ଦିଲ୍ଲୀର ଉପରାଜ୍ୟପାଳ, ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ଓ ଦିଲ୍ଲୀ ପୋଲିସ ସମସ୍ତଙ୍କ ନିକଟରୁ ତାଙ୍କୁ ନ୍ୟାୟ ମିଳିବ ବୋଲି ଭରସା ଦିଆଯାଇଛି । ଶ୍ର୍‌ଦ୍ଧାଙ୍କ ପିତା ବିକାଶ ୱାଲକର ମିଡିଆ ସହ କଥା ହେବା ସମୟରେ ବସଇ ପୋଲିସ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ବସଇ ପୋଲିସ ଯଦି ତାଙ୍କୁ ସାହାଯ୍ୟ କରିଥାଆନ୍ତା ତେବେ ଆଜି ହୁଏତ ତାଙ୍କ ଝିଅ ବଞ୍ଚିଯାଇଥାଆନ୍ତେ ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri