ପାଣିରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୋଚିଲିମା ସରକାରୀ ଆଇଟିଆଇର ଜଣେ ଛାତ୍ରଙ୍କ ପାଣିରେ ବୁଡ଼ି ଜୀବନ ଯାଇଛି। ମୃତ ଛାତ୍ର ଜଣକ ପ୍ରଥମ ବର୍ଷ ଇଲେକ୍ଟ୍ରୋନିକ ବିଭାଗର ସଞ୍ଜୀବ ତ୍ରିପାଠୀ। ତାଙ୍କ ଘର ଭଞ୍ଜନଗର ନିକଟସ୍ଥ ବାଉଁଶଲୁଣ୍ଡିରେ। ସେ ଆଇଟିଆଇ ହଷ୍ଟେଲରେ ରହି ପାଠ ପଢ଼ୁଥିଲେ। ଶନିବାର ମଧ୍ୟାହ୍ନରେ ସଞ୍ଜୀବ ଅନ୍ୟ ଛାତ୍ରମାନଙ୍କ ସହ ନିକଟରେ ଥିବା ଏକ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ ପୋଖରୀର ଗଭୀର ଜଳ ଭିତରକୁ ସେ ଚାଲିଯାଇଥିଲେ। ହଷ୍ଟେଲର ଅନ୍ୟ ଛାତ୍ରମାନେ ଓ ସ୍ଥାନୀୟ ଲୋକେ ତାଙ୍କୁ ସେଠାରୁ ଉଦ୍ଧାର କରି ହିଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତରଖାନାରେ ସଞ୍ଜୀବଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଖବରପାଇ ହିଞ୍ଜିଳି ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇ ଘଟଣାର ତଦନ୍ତ କରୁଛି। ଏନେଇ ହିଞ୍ଜିଳି ଥାନାରେ କେସ୍‌ ନଂ-୩୦/୨୨ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ଆଇଟିଆଇ ଓ ହଷ୍ଟେଲ ପ୍ରଶାସନିକ ବ୍ୟବସ୍ଥା ଢିଲା ହେତୁ ଏପରି ଘଟିଥିବା ମୃତ ଛାତ୍ରଙ୍କ ବାପା ଶିବରାମ ତ୍ରିପାଠୀ ଅଭିଯୋଗ କରିଛନ୍ତି। ଏପରି ଘଟଣା ନେଇ ଆଇଟିଆଇରେ ଅଧ୍ୟାପକ, ଛାତ୍ରୀଛାତ୍ରଙ୍କ ମଧ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି। ମୃତ ପରିବାରକୁ ସରକାରୀ ସହାୟତା ପାଇଁ ଛାତ୍ରୀଛାତ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri