ପୋଷ୍ଟ ମାଷ୍ଟରଙ୍କ ନାଁରେ ଜବ୍‌କାର୍ଡ

ଦିଗପହଣ୍ଡି,୧୧ା୧୨(ଡି.ଏନ୍‌.ଏ): ଦିଗପହଣ୍ଡି ବ୍ଲକ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଶ୍ରମିକ ବଦଳରେ ମେଶିନ ଜରିଆରେ କାମ କରାଯାଉଛି। ସେହିପରି କାମ କରି ନ ଥିବା ଲୋକଙ୍କ ନାଁରେ ମଷ୍ଟର ରୋଲ କରାଯାଇ ଅର୍ଥ ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି। ଦିଗପହଣ୍ଡି ବ୍ଲକ ଭ୍ରମରପୁର ଉପ ଡାକଘର ପୋଷ୍ଟମାଷ୍ଟର ସନ୍ତୋଷ କୁମାର ଭଟ୍ଟଙ୍କ ନାଁରେ ଜବକାର୍ଡ ରହିଥିବା ଘଟଣା ସାମ୍ନାକୁ ଆସିଛି, ଯାହାର ନଂ. ଓଆର-୧୨-୦୦୯-୦୦୮-୦୦୩/୧୮୦୪୩। ଶ୍ରମିକଙ୍କୁ ରୋଜଗାରକ୍ଷମ କରିବା ପାଇଁ ସରକାର ଶ୍ରମିକ ଚିହ୍ନଟ କରି ଜବକାର୍ଡ ଜରିଆରେ କାର୍ଯ୍ୟ ପ୍ରଦାନ କରିଥାନ୍ତି। ଜବ କାର୍ଡରେ ନାମ ଥିବା ପ୍ରତ୍ୟେକ ଶ୍ରମିକଙ୍କୁ ଶହେ ଦିନର କାର୍ଯ୍ୟ ଦିଆଯାଇପାରିବ ବୋଲି ବ୍ୟବସ୍ଥା ରହିଛି। ଗ୍ରାମାଞ୍ଚଳରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଏହି ଜବକାର୍ଡଧାରୀଙ୍କୁ ଶ୍ରମିକଭାବେ ନିୟୋଜିତ କରାଯାଇ ପ୍ରାପ୍ୟ ପ୍ରଦାନ କରାଯାଇଥାଏ। କିନ୍ତୁ ଜଣେ କାର୍ଯ୍ୟରତ ପୋଷ୍ଟମାଷ୍ଟରଙ୍କ ନଁାରେ ଜବକାର୍ଡ ପ୍ରଦାନ କରାଯାଇଥିବା ବେଳେ ପରିବାରର ୫ଜଣ ସଦସ୍ୟଙ୍କ ନାଁ ମଧ୍ୟ ଉଲ୍ଲେଖ ରହିଛି। ସେଥିରୁ ୨ ଜଣ ସରକାରୀ କର୍ମଚାରୀ ଓ ଜଣେ ୭୮ ବର୍ଷୀୟ ବୃଦ୍ଧାଙ୍କ ନାମ ରହିଛି, ଯାହାଙ୍କର ମୃତ୍ୟୁ ହୋଇସାରିଛି। ଖାଲି ଯେ ଜବକାର୍ଡ ପ୍ରଦାନ କରାଯାଇଛି ତାହା ନୁହେଁ, ନିର୍ଦ୍ଦିଷ୍ଟ ଏକ କାର୍ଯ୍ୟରେ ଜବକାର୍ଡରେ ଉଲ୍ଲେଖ ଥିବା ସଦସ୍ୟଙ୍କ ବ୍ୟାଙ୍କ ଖାତାକୁ ୧୨ ଦିନର ପ୍ରାପ୍ୟ ଆସିଛି। ଏହାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଗ୍ରାମର କୈଳାଶ ଚଣ୍ଡ, ଅଭିମନ୍ୟୁ ଷଡ଼ଙ୍ଗୀ, ରବି ମିଶ୍ର, ହରି ପ୍ରଧାନ, ମିଟୁ ଚଣ୍ଡ, ସୁଶାନ୍ତ ଷଡ଼ଙ୍ଗୀ ପ୍ରମୁଖ ଦାବି କରିଛନ୍ତି। ଏନେଇ ପୋଷ୍ଟ ମାଷ୍ଟରଙ୍କ ମତାମତ ଲୋଡାଯିବାରୁ ସେ କିଛି ଜାଣି ନ ଥିବା କହିଛନ୍ତି। ବିଡିଓ ହଳଧର ଶବରଙ୍କୁ ଯୋଗାଯୋଗ କରିବାରେ ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri