Posted inଜାତୀୟ

ଲଖିମପୁର ଖେରି ଘଟଣାର ମୁଖ୍ୟ ସାକ୍ଷୀଙ୍କୁ ଖଣ୍ଡାରେ ଆକ୍ରମଣ

ନୂଆଦିଲ୍ଲୀ,୧୧।୧୨: ବହୁଚର୍ଚ୍ଚିତ ଲଖିମପୁର ଖେରି ହିଂସା ଘଟଣାର ମୁଖ୍ୟ ସାକ୍ଷୀ ପ୍ରବଜୋତ୍‌ ସିଂ ଏବଂ ତାଙ୍କ ସାନଭାଇ ସରଓ୍ବଜିତ୍‌ ସିଂଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଫଳରେ ପ୍ରବଜୋତ୍‌ ଓ ସରଓ୍ବଜିତ୍‌ଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି । ଉଭୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଆକ୍ରମଣ ଦୁଇ ଗୋଷ୍ଠୀ ମଧ୍ୟରେ ଶତ୍ରୁତା ଏବଂ ଗଣ୍ଡଗୋଳରୁ ହୋଇଥିବା ପୋଲିସ କହୁଥିବା ବେଳେ ଲଖିମପୁର ଖେରି ହିଂସା ମାମଲା ଲିଙ୍କ୍‌କୁ ପୋଲିସ ଅସ୍ବୀକାର କରିଛି।

ମିଳିଥିବା ସୂଚନା ମୁତାବକ, ପ୍ରବଜୋତ୍‌ ଏବଂ ତାଙ୍କ ଭାଇ ଏକ ସମାରୋହରେ ଯୋଗଦେବାକୁ ଯାଇଥିଲା ବେଳେ ୩ ଜଣ ଯୁବକ ଅତର୍କିତ ଭାବେ ଉଭୟଙ୍କୁ ଆକ୍ରମଣ କରିଥିଲେ।

ସୂଚନାଯୋଗ୍ୟ, ଲଖିମପୁର ଖେରି ହିଂସାର ମୁଖ୍ୟ ଅଭିଯୁକ୍ତ ତଥା କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା ଏଥିରେ ସମ୍ପୃକ୍ତି ରହିଥିବା ଅଭିଯୋଗ ହୋଇଛି । ତାଙ୍କର ଘନିଷ୍ଠ ଏହି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ହେଲେ ପୋଲିସ ଏଫ୍‌ଆଇଆର୍‌ରୁ ଆଶିଷଙ୍କ ନାଁ ହଟାଇବାକୁ ବାଧ୍ୟ କରୁଛି ବୋଲି ଆକ୍ରମଣର ଶିକାର ହୋଇଥିବା ପ୍ରବଜୋତ୍‌ ଅଭିଯୋଗ କରିଛନ୍ତି।

ସେପଟେ ଦୁଇ ଗୋଷ୍ଠୀ ଗଣ୍ଡଗୋଳରୁ ଏହି ଆକ୍ରମଣ ହୋଇଛି ବୋଲି ପୋଲିସ କହିଛି । ଲଖିମପୁର ଖେରି ମାମଲାରେ ଡିସେମ୍ବର ୬ ତାରିଖରେ କେନ୍ଦ୍ର ମନ୍ତ୍ରୀ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ସମେତ ସମସ୍ତ ୧୪ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ପୋଲିସ ତାଙ୍କ ବିରୋଧରେ ଆଇପିସିର ବିଭିନ୍ନ ଧାରା ସମେତ ମୋଟର ଯାନ ଅଧିନିୟମର ଧାରା ୧୭୭ ଅନୁଯାୟୀ ଚାର୍ଜଶିଟ ଦାଖଲ କରିଛି। ଡିସେମ୍ବର ୧୬ରୁ ମାମଲାର ଶୁଣାଣି ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri