ପୋଡ଼ିଗଲା ୪୭୦ କୁଇଣ୍ଟାଲ ଧାନ

ସମ୍ବଲପୁର,୧୧ା୧୨(ବ୍ୟୁରୋ): ସମ୍ବଲପୁର ଜିଲାରେ ରବିବାର ୨ଟି ସ୍ଥାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଯୁଯୁମୁରା ବ୍ଲକ କୟାକୁଦ ପଞ୍ଚାୟତ ଅନ୍ଧାରୀ ଗ୍ରାମରେ ବିଲରେ ଧାନ ଅମଳ ସମୟରେ ଟ୍ରେସର ମେଶିନରେ କୌଣସି କାରଣରୁ ଅଗ୍ନିକାଣ୍ଡ ହୋଇଥିଲା । ଫଳରେ ମେଶିନ ସହ ଟ୍ରାକ୍ଟର ପୋଡି ନଷ୍ଟ ହୋଇଯାଇଛି । ୪ ଜଣ ଚାଷୀଙ୍କ ଅମଳ ଧାନ ପୋଡି ପାଉଁଶ ହୋଇଯାଇଛି । କ୍ଷତିଗ୍ରସ୍ତ ଚାଷୀମାନେ ହେଲେ ପବିତ୍ର ସାହୁ, ଲକ୍ଷ୍ମଣ ବେହେରା, ସୁରୁ ସିଂ ସୋହେଳା, ଚିିତ୍ତରଞ୍ଜନ ସୋହେଲା ା ଏମାନଙ୍କର ମୋଟ ୪୭୦ କୁଇଣ୍ଟାଲ ଧାନ ପୋଡିଯାଇଛି । ଖବରପାଇ ଯୁଯୁମୁରା ଅଗ୍ନିଶମ ବାହିନୀ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲେ । ଶଟ ସର୍କିଟ କିମ୍ବା ମେଶିନ ଗରମ ହୋଇ ନିଆଁ ଲାଗି ଯାଇଥିବା ସନ୍ଦେହ କରାଯାଉଛି । କୟାକୁଦ ସରପଞ୍ଚ ଜେମାମଣି ପ୍ରଧାନ ପହଞ୍ଚି ଚାଷୀମାନଙ୍କ ସହ ଆଲୋଚନା କରିଛନ୍ତି । ସମସ୍ତ ସରକାରୀ ସୁବିଧା ଓ କ୍ଷତପୂରଣ ଚାଷୀଙ୍କୁ ଯୋଗାଇ ଦିଆଯାଉ ବୋଲି ସେ ଦାବି କରିଛନ୍ତି । ସେହିପରି କଂଗ୍ରେସ ନେତା ଆସଫ ଅଲ୍ଲୀ ଖାନ ମଧ୍ୟ କ୍ଷତିଗ୍ରସ୍ତ ଚାଷୀମାନଙ୍କ ସହ ଆଲୋଚନା କରି ସରକାରୀ ସୁବିଧା ଯୋଗାଇ ଦେବାକୁ ସ୍ଥାନୀୟ ତହସିଲଦାରଙ୍କୁ ଅନୁରୋଧ କରିଛନ୍ତି । ଏହାଛଡା ଟାଉନ ଥାନା ମୁଦିପଡା ଛକରେ ଥିବା ଏକ ମେଡିସିନ ଦୋକାନରେ ଅଗ୍ନିକାଣ୍ଡ ଘଟି କ୍ଷୟକ୍ଷତି ଘଟିଛି । ଶଟ ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅଗ୍ନିଶମ ବିଭାଗ ସନ୍ଦେହ କରୁଛି । କେତେ ପରିମାଣର କ୍ଷୟକ୍ଷତି ହୋଇଛି ତାହା ଜଣାପଡି ନାହିଁ । ହେଲେ ଦୋକନରେ ଥିବା ସମସ୍ତ ମେଡିସିନ, ଆଲମୀଲା, ଟେବୁଲ ଆଦି ପୋଡିଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri