ଭୋଜିରୁ ଫେରିବା ବାଟରେ ୪ ଜଣଙ୍କୁ ଅପହରଣ ଅଭିଯୋଗ

ଉମରକୋଟ,୧୨ା୧୨(ସ୍ବ.ପ୍ର.): ଛତିଶଗଡ଼ର କାଙ୍କେରରୁ ଭୋଜିଖାଇ ଫେରୁଥିବା ବେଳେ ଶନିବାର ରାତିରୁ ୪ ଜଣ ନିଖୋଜ ଅଛନ୍ତି। ସେମାନଙ୍କୁ ଅପହରଣ କରାଯାଇଥିବା ପରିବାର ଲୋକେ ସନ୍ଦେହ କରି କାଙ୍କେର ଥାନାରେ ଏତଲା ଦେଇଛନ୍ତି। ଅପହୃତମାନେ ହେଲେ ନବରଙ୍ଗପୁର ଜିଲା ଉମରକୋଟର ସପନ ସରକାର, ତାଙ୍କ ସ୍ତ୍ରୀ ରିତା ସରକାର, ଶଳା ବିଶ୍ୱଜିତ ଅଧିକାରୀ ଏବଂ ପରିଚିତ ବ୍ୟକ୍ତି ହଜାରି ଢାଲି।
ସୂଚନା ଅନୁଯାୟୀ, ସପନ ଶନିବାର କାଙ୍କେର ସ୍ଥିତ ନିଜ ସମ୍ପର୍କୀୟଙ୍କ ବିବାହ ଭୋଜିରେ ଯୋଗଦେଇ ରାତି ୧୦.୩୦ରେ କାର୍‌(ଓଡି ୨୪ ସି ୧୭୦୫)ଯୋଗେ ଛତିଶଗଡ଼ର କଣ୍ଡଗାଁ ସ୍ଥିତ ନିଜ ସମ୍ପର୍କୀୟଙ୍କ ଘରକୁ ଫେରୁଥିଲେ। ସକାଳେ ସେମାନେ ଘରକୁ ନ ପହଞ୍ଚିବାରୁ ସପନଙ୍କ ପୁଅ ନବୋଜିତ୍‌ ଖୋଜିବାକୁ ବାହାରିଥିଲେ। ବହୁ ଖୋଜିଖୋଜି କରି ବିଫଳ ହେବାପରେ ସେ ଥାନାରେ ଏତଲା ଦେଇଛନ୍ତି। ଖବର ପାଇ ଉମରକୋଟ ଥାନା ଅଧିକାରୀ ଦୀପକ କୁମାର ଜେନା ସପନ ସରକାରଙ୍କ ଘରକୁ ଯାଇ ପରିବାର ସଦସ୍ୟଙ୍କ ସହ ଆଲୋଚନା କରି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri