ଓକିଲ ସଂଘର ସତ୍ୟାଗ୍ରହ

ସୁନ୍ଦରଗଡ,୧୨।୧୨(ଡି.ଏନ୍‌.ଏ.): ଜାତୀୟ ଓ ରାଜ୍ୟ ଆଇନଜୀବୀ ପରିଷଦର ମନମୁଖୀ କାର୍ଯ୍ୟର ପ୍ରତିବାଦ ଓ ପଶ୍ଚିମ ଓଡ଼ିଶାର ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ପୁଣି ତେଜିଛି। ସୋମବାର ଏନେଇ ସୁନ୍ଦରଗଡ଼ ଜିଲା ଓକିଲ ସଂଘ ପକ୍ଷରୁ କୋର୍ଟ ସମ୍ମୁଖରେ ସତ୍ୟାଗ୍ରହ ଆନ୍ଦୋଳନ କରାଯାଇଛି। ଜିଲା ଓକିଲ ସଂଘ ସଭାପତି କମଳ ସେନଙ୍କ ନେତୃତ୍ୱରେ ପଶ୍ଚିମ ଓଡିଶା ଓକିଲ ସଂଘ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟିର ଆବାହକ ଅଶୋକ କୁମାର ଦାଶ, ବରିଷ୍ଠ ଆଇନଜୀବୀ ଯୁଗଳକିଶୋର ଠାକୁର, ପ୍ରସନ୍ନ ବେହେରା, ପ୍ରଦୀପ ପଟେଲଙ୍କ ସମେତ ଜିଲା ଓକିଲ ସଂଘର ସମସ୍ତ ସଦସ୍ୟମାନେ ଏହି ଆନ୍ଦୋଳନରେ ସାମିଲ ହୋଇଥିଲେ। ଆଇନଜୀବୀମାନେ ଆନ୍ଦୋଳନ କଲେ ସଂପୃକ୍ତ ଓକିଲ ସଂଘକୁ ରଦ୍ଦ କରିବା ସହିତ ଲାଇସେନ୍ସ ମଧ୍ୟ ରଦ୍ଦ କରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଜାତୀୟ ଓ ରାଜ୍ୟ ଆଇନଜୀବୀ ପରିଷଦ ଜରିଆରେ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ଏହାର ପ୍ରତିବାଦ କରି ଓକିଲମାନେ ଧାରଣାରେ ବସି ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଏହି ସତ୍ୟାଗ୍ରହ ଆନ୍ଦୋଳନରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ, ପୂର୍ବତନ ବିଧାୟକ ଯୋଗେଶ କୁମାର ସିଂହ, ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ, ଜିଲା କଗ୍ରେସ କମିଟି ସଭାପତି ବେଣୁମାଧବ ତ୍ରିପାଠୀଙ୍କ ସମେତ ବିଭିନ୍ନ ସାମାଜିକ ସଂଗଠନର କର୍ମକର୍ତ୍ତା ସାମିଲ ହୋଇଥିଲେ। ମହିଳା ଆଇନଜୀବୀ ସୁପ୍ରଭା ପଟେଲ, ପ୍ରତିମା ମିଶ୍ର, ରଶ୍ମିତା ମିଞ୍ଜ, ଆଭାମୟୀ ଖାଗା, ଲଳିତା ବାର୍ଲା, ପ୍ରଭାତୀ ଯୋଶୀ, ଜ୍ୟୋତି ଲକ୍ଷ୍ମୀ ତାଣ୍ଡିଆ ଓ ସରିତା ପଟେଲ ପ୍ରମୁଖ ଏହି ଆନ୍ଦୋଳନରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri