ଭିନ୍ନ ମାମଲାରେ ୭ଜଣଙ୍କୁ ବାନ୍ଧିଲା ଅବକାରୀ

ବ୍ରହ୍ମପୁର ଅଫିସ,୧୨।୧୨: ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ଲଗାତାର ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରାଯାଉଛି। ରବିବାର ରାତିରେ ଅବକାରୀ ଗୁଇନ୍ଦା ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତଙ୍କ ନେତୃତ୍ୱରେ ଏକ ଟିମ୍‌ ଗୋପାଳପୁର ଜଙ୍କଶନ ନିକଟରେ ବସକୁ ଅପେକ୍ଷା କରିଥିବା ୪ଜଣଙ୍କ ଠାରୁ ୩୫କେଜି ଗଞ୍ଜେଇ ଜବତ କରିଛି। ଏଥିସହ ୪ ଅଭିଯୁକ୍ତ ପଶ୍ଚିମବଙ୍ଗର ମଉସାଦ ରେହେମାନ ଗାଜି, ବିହାରର ରଞ୍ଜିତ ପାଶ୍ୱନ, ଗଜପତି ଜିଲା ଆର. ଉଦୟଗିରିର ହୁରିଆ ରାଇକା ଓ ପୁରୀର ମନୋଜ ନାୟକଙ୍କୁ ଗିରଫ କରାଯାଇଛି। ଅବକାରୀ ଟିମ୍‌ ମଉସାଦ, ରଞ୍ଜିତ ଓ ହୁରିଆଙ୍କ ନିକଟରୁ ୧୦ କେଜି ଲେଖାଏ ଏବଂ ମନୋଜଙ୍କ ନିକଟରୁ ୫ କେଜି ଗଞ୍ଜେଇ ଜବତ କରିଥିଲା। ଅଭିଯୁକ୍ତମାନେ ଗଜପତି ଅଞ୍ଚଳରୁ ଗଞ୍ଜେଇ ଆଣି ଭୁବନେଶ୍ୱର ଯାଉଥିବା ବସ୍‌ରେ ଚାଲାଣ କରିଥାନ୍ତେ ବୋଲି ଜେରା ବେଳେ କହିଛନ୍ତି। ଗିରଫ ୪ ଅଭିଯୁକ୍ତଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଡେପୁଟି କମିଶନର ଅଶୋକ ଶତପଥୀ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଅବକାରୀ ଗୋଇନ୍ଦା ପୋଲିସ ପ୍ରେମନଗର ଅଞ୍ଚଳରୁ ଏକ ଅଟୋରେ ଚାଲାଣ ହେଉଥିବା ଗୁଟ୍‌ଖା ମଧ୍ୟ ଜବତ କରିଛି। ଅଟୋ ସହ ୩ ବସ୍ତା ଗୁଟଖା ଜବତ ହୋଇଥିବା ବେଳେ ୩ ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri