Posted inଜାତୀୟ

ଗୁଜରାଟ କ୍ୟାବିନେଟର ସମ୍ପ୍ରସାରଣ: କାନୁଭାଇଙ୍କୁ ଅର୍ଥ, ହର୍ଷ ସାଙ୍ଗଭିିଙ୍କୁ ମିଳିଲା ଗୃହ ମନ୍ତ୍ରଣାଳୟ

ଅହମ୍ମଦାବାଦ,୧୨।୧୨: ଗୁଜୁରାଟରେ ଭାଜପାର ଐତିହାସିକ ବିଜୟ ପରେ ସୋମବାର ଭୂପେନ୍ଦ୍ର ପଟେଲ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଗାନ୍ଧି ନଗରର ହେଲିପ୍ୟାଡ ଗ୍ରାଉଣ୍ଡରେ ରାଜ୍ୟର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ଗ୍ରହଣ କରିଥିଲେ। ଭୂପେନ୍ଦ୍ରଙ୍କ ସହ ୧୬ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଥିଲେ। ଇତିମଧ୍ୟରେ ସୋମବାର ସନ୍ଧ୍ୟାରେ ଗୁଜରାଟ କ୍ୟାବିନେଟର ସମ୍ପ୍ରସାରଣ ହୋଇଛି। କ୍ୟାବିନେଟ ସମ୍ପ୍ରସାରଣରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଭାଗ ହର୍ଷ ସାଙ୍ଗଭିଙ୍କୁ ମିଳିଛି। ତାଙ୍କୁ ଗୃହ ମନ୍ତ୍ରଣାଳୟର ସ୍ବାଧୀନ ଦାୟିତ୍ୱ ଦିଆଯାଇଛି। ଏଥିସହ ସାଙ୍ଗଭିଙ୍କୁ କ୍ରୀଡ଼ା ଏବଂ ଯୁବ ମନ୍ତ୍ରଣାଳୟ ମଧ୍ୟ ଦିଆଯାଇଛି। ସେହିପରି ସିଭିଲ ଯୋଗାଣ, ପିଡବ୍ଲ୍ୟୁଡି ଏବଂ ରାଜସ୍ବ ଆଦି ୧୬ଟି ବିଭାଗ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ନିଜେ ରଖିଛନ୍ତି। ସେହିଭଳି କ୍ୟାବିନେଟ ମନ୍ତ୍ରୀ କାନୁଭାଇ ମୋହନଭାଇ ଦେଶାଇଙ୍କୁ ଅର୍ଥ, ଶକ୍ତି ଏବଂ ପେଟ୍ରୋକେମିକାଲ୍ସ ବିଭାଗଏବଂ ଋଷିକେଶ ପଟେଲଙ୍କୁ ସ୍ବାସ୍ଥ୍ୟ, ପରିବାର କଲ୍ୟାଣ ଓ ଚିକିତ୍ସା ଶିକ୍ଷା, ଉଚ୍ଚ ଏବଂ ବୈଷୟିକ ଶିକ୍ଷା, ଆଇନ, ନ୍ୟାୟପାଳିକା, ବିଧାନସଭା ଏବଂ ସଂସଦୀୟ କାର୍ଯ୍ୟ ଭାର ଦିଆଯାଇଛି। ଅନ୍ୟପଟେ ସାଧାରଣ ପ୍ରଶାସନ, ପ୍ରଶାସନିକ ସଂସ୍କାର, ତାଲିମ ଏବଂ ଯୋଜନା, ଗୃହ ଏବଂ ପୋଲିସ ଗୃହ, ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା, ସହରାଞ୍ଚଳ ବିକାଶ, ଖଣି ଏବଂ ଖଣିଜ ପଦାର୍ଥ ଭଳି ଅନେକ ବିଭାଗର ଏପର୍ଯ୍ୟନ୍ତ ବଣ୍ଟନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri