Posted inଜାତୀୟ

କର୍ନାଟକରେ ଜିକା ଭାଇରସ

ବେଙ୍ଗାଲୁରୁ,୧୩ ।୧୨: କରୋନା ଭାଇରସ ଏବେ ଦେଶରୁ ପ୍ରାୟ ଶେଷ ହେବାକୁ ବସିଥିବା ବେଳେ ଏବେ ଜିକା ଭାଇରସ ପୁଣି ସରକାରଙ୍କ ଚିନ୍ତା ବଢାଇବାରେ ଲାଗିଛି । ପୁଣେ ପରେ ଏବେ କର୍ନାଟକରେ ଜିକା ଭାଇରସର ସନ୍ଧାନ ମିଳିଛି । ରାଜ୍ୟରେ ଏହା ଜିକା ଭାଇରସର ପ୍ରଥମ ମାମଲା । ତେବେ ମନ୍ତ୍ରୀ କହିଛନ୍ତି ଏହାକୁ ନେଇ ଭୟଭିତ ହେବାର କୌଣସି କାରଣ ନାହିଁ । କାରଣ ସରକାର ଏହାକୁ ନେଇଆବଶ୍ୟକ ଉପାୟ କରିବା ସହ ଖୁବଶୀଘ୍ର ଏ ସମ୍ପର୍କରେ ଦିଶା-ନିର୍ଦ୍ଦେଶ ଜାରି କରିବେ ।
କେ. ସୁଧାକର କହିଛନ୍ତି ଆମକୁ ପୁଣେ ଲ୍ୟାବରୁ ଯେଉଁ ରିପୋର୍ଟ ମିଳିଛି ସେଥିରେ ଜିକା ଭାଇରସର ପୁଷ୍ଟି କରାଯାଇଛି । ୫ ଡିସେମ୍ବରରେ ଏହି ସାମ୍ପଲ ପଠାଯାଇଥିଲା । ଏହାସହ ଅନ୍ୟ ୨ଟି ସାମ୍ପଲ ପଠାଯାଇଥିଲା ହେଲେ ଏହା ନେଗେଟିଭ ଆସିଛି । ତେବେ ଯାହାର ରିପୋର୍ଟ ପଜିଟିଭ ଆସିଛି ସେ ହେଉଛନ୍ତି ୫ ବର୍ଷର ଜଣେ ଶିଶୁ କନ୍ୟା । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଉକ୍ତ ଶିଶୁଟି ଉପରେ ନଜର ରଖାଯାଇଛି । ସୂଚନାଯୋଗ୍ୟ, କିଛି ମାସ ପୂର୍ବରୁ କେରଳ, ମହାରାଷ୍ଟ୍ର ଓ ଉତ୍ତର ପ୍ରଦେଶରେ ଜିକା ଭାଇରସ ମିଳିଥିଲେ ।
ଏଡିସ ମଶା କାମୁଡିଲେ ଏହି ଜିକା ଭାଇରସ ସଂକ୍ରମିତ ହୋଇଥାଏ । ଏହି ମଶା ଦିନରେ ଅଧିକ ଆକ୍ଟିଭ ଥାଆନ୍ତି । ତେବେ ଜିକା ସଂକ୍ରମଣ ଖୁବଶୀଘ୍ର ରୋଗୀକୁ ଦୁର୍ବଳ କରିଦେଉଥିବାରୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି ହେବାର ଆବଶ୍ୟକତା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ସହାୟକଙ୍କ ଘରୁ ୩୦ କୋଟି ଜବତ

ରାଞ୍ଚି,୬ା୫ : ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ...

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।...

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ...

ପାକ କରିବ ଆଟମ ବମ ବର୍ଷା, ରାଜନାଥଙ୍କ ବୟାନ ପରେ ଏମିତି କହିଲେ ଫାରୁକ

ନୂଆଦିଲ୍ଲୀ,୬।୫: ଭାରତ ସହିତ କଶ୍ମୀର ଦଖଲ କରିଥିବା ପାକିସ୍ତାନର ଏକୀକରଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜମ୍ମୁ...

ବଲ ଭାବି ଉଠାଇ ନେଲେ ବୋମା, ବିସ୍ଫୋରଣରେ ଜଣେ ଶିଶୁ ମୃତ, ୩ ଆହତ

କୋଲକାତା,୬।୫: ସୋମବାର ପଶ୍ଚିମବଙ୍ଗର ହୁଗଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହୁଗୁଲିର ପାଣ୍ଡୁଆରେ ହୋଇଥିବା ବିସ୍ଫୋରଣରେ ଜଣେ ଶିଶୁଙ୍କର ମତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri