ଚର୍ଚ୍ଚିତ ମିଶ୍ରଙ୍କୁ ଇଡିର ୨ ଘଣ୍ଟା ଜେରା

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ): ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ୍‌ (ଓଏସ୍‌ଏଲ୍‌)ର ନିର୍ଦ୍ଦେଶକ ତଥା ଶିଳ୍ପପତି ମହିମାନନ୍ଦ ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ର ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରେ ହାଜର ହୋଇଥିଲେ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ବିଏମଡବ୍ଲ୍ୟୁ କିଣା ଲିଙ୍କ୍‌ରେ ଚର୍ଚ୍ଚିତଙ୍କୁ ଇଡି ପୂର୍ବରୁ ନୋଟିସ କରିଥିଲା। ତେବେ ସେ ଓକିଲଙ୍କ ସହ ନିର୍ଦ୍ଧାରିତ ସମୟରେ ଇଡି କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଅଧିକାରୀମାନେ ତାଙ୍କୁ ୨ ଘଣ୍ଟାରୁ ଅଧିକ ସମୟ ଜେରା କରିଥିଲେ। ଚାକିରିରୁ ବହିଷ୍କୃତ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟଙ୍କ ବେଆଇନ ଟଙ୍କା କାରବାର ତଦନ୍ତ କରୁଛି ଇଡି। ଅଭୟଙ୍କ ଦାମି ଗାଡି ବିଏମ୍‌ଡବ୍ଲ୍ୟୁ ଚର୍ଚ୍ଚିତଙ୍କ ଶୋ’ରୁମ୍‌ରୁ କିଣାଯାଇଥିଲା ବୋଲି ଇଡି ସୁରାକ ପାଇଥିଲା। ଗାଡି କିଣା ବାବଦ ଟଙ୍କାକୁ ନେଇ ଇଡି ଖୋଳତାଡ଼ କରୁଥିବାବେଳେ ଏ ସଂକ୍ରାନ୍ତରେ ଇଡି ଅଧିକାରୀମାନେ ଚର୍ଚ୍ଚିତଙ୍କୁ ପଚରାଉଚରା କରିଛନ୍ତି। ତେବେ ଚର୍ଚ୍ଚିତ ବାହାରିବା ପରେ ସମସ୍ତ ଡକ୍ୟୁମେଣ୍ଟ୍‌ ଇଡି ପାଖରେ ଦାଖଲ କରିବା ସହ ତଦନ୍ତରେ ସହଯୋଗ କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଭୁବନେଶ୍ୱର ଏମ୍‌ସକୁ ଯିବ ସ୍ୱତନ୍ତ୍ର ‘ଆମ୍ବୁଲାନ୍ସ କରିଡର’: ଆଉ ଟ୍ରାଫିକ୍‌ରେ ଫସିବେନି ରୋଗୀ

ଭୁବନେଶ୍ୱର,୧୮ା୧୨: ଜରୁରୀକାଳୀନ ସ୍ଥିତିରେ ରୋଗୀଙ୍କୁ ସୁରକ୍ଷିତ ଓ ଶୀଘ୍ର ହସ୍ପିଟାଲରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ଭୁବନେଶ୍ୱର ଖଣ୍ଡଗିରି...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri