ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ହତ୍ୟା ସନ୍ଦେହ

ବ୍ରହ୍ମପୁର ଅଫିସ, ୧୩।୧୨: ଗଞ୍ଜାମ ଜିଲା ସଦର ଥାନା ପୋଲିସ ମଙ୍ଗଳବାର ସକାଳେ ବାଇଗଣବାଡି ନିକଟ ଏକ ରାସ୍ତାକଡରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ଯୁବକ ଜଣଙ୍କ ବଉଳଝୋଳି ଗ୍ରାମର ନିରଞ୍ଜନ ବିଷୋୟୀଙ୍କ ପୁଅ ଉମାଚରଣ ବିଷୋୟୀ (୨୬)। ଘଟଣାସ୍ଥଳରୁ ମୃତକଙ୍କ ବାଇକ୍‌ , ମୋବାଇଲ ଓ ଚପଲ ପୋଲିସ ଜବତ କରି ତଦନ୍ତ ଚଳାଇଛି। ପ୍ରାଥମିକ ତଦନ୍ତରୁ ବିଦ୍ୟୁତ୍‌ ଆଘାତରେ ଯୁବକଙ୍କ ମୃତ୍ୟ ଘଟିଥିବା ପୋଲିସ ସନ୍ଦେହ କରୁଛି। ମୃତଦେହ ଜବତ କରି ପୋଲିସ ୭୭/୨୨ ରେ ଏକ ମାମଲା ରୁଜୁ କରିଛି। ଅନ୍ୟପଟେ ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଯୁବକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ଚର୍ଚ୍ଚା ଜୋର ଧରିଛି।

ସୂଚନାଯୋଗ୍ୟ, ଉମାଚରଣଙ୍କ ମୃତଦେହ ନୂଆ ବାଇଗଣବାଡି ନିକଟରେ ପଡିଥିବା ନେଇ ଏକ ଝିଅ ବାପା ନିରଞ୍ଜନଙ୍କୁ ସୋମବାର ବିଳମ୍ବିତ ରାତିରେ ଫୋନ କରି ଜଣାଇଥିଲେ।
ଏହାପରେ ନିରଞ୍ଜନ ତାଙ୍କର ଅନ୍ୟ ଏକ ପୁଅ ଧର୍ମ ବିଷୋୟୀ ଏବଂ କିଛି ସମ୍ପର୍କୀୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ଏନେଇ ସଦର ଥାନା ପୋଲିସକୁ ଖବର ଦେଇଥିଲେ। ପରେ ଉମାଚରଣଙ୍କୁ ଉଦ୍ଧାର କରି ଏମକେସିଜିରେ ଭର୍ତ୍ତି କରିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଉମାଚରଣଙ୍କ ମୃତ୍ୟୁର ସଠିକ୍‌ କାରଣ ଜଣାପଡିବ ବୋଲି ସଦର ଥାନାଧିକାରୀ ମହେନ୍ଦ୍ର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri