ଉଦାସୀନତା, ଅବହେଳାକୁ ନିନ୍ଦା

ଅନୁଗୋଳ ଅଫିସ, ୧୩ା୧୨: ଅନୁଗୋଳ ଜିଲାର ଦୀର୍ଘଦିନର ଦାବି ତାଳଚେର ମେଡିକାଲ କଲେଜକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଜିଲା ମୁଖ୍ୟ ଚିକିତ୍ସାଳୟକୁ ସୁପର୍‌ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ମେଡିକାଲ କଲେଜକୁ ଉନ୍ନୀତ କରିବା, ପ୍ରଦୂଷଣ ବିଷବଳୟରେ ଜର୍ଜରିତ ଅନୁଗୋଳ ଜିଲାର ସମସ୍ତ ଘରୋଇ ଉପଭୋକ୍ତାଙ୍କୁ ଦେୟମୁକ୍ତ ବିଜୁଳି ଯୋଗାଇଦେବା, ଜିଲାରେ ପ୍ରତିଷ୍ଠିତ ଶିଳ୍ପ ଓ ଖଣିରେ ସମସ୍ତ ବେକାର ଯୁବତୀ ଓ ଯୁବକଙ୍କୁ ଅଗ୍ରାଧିକାର ଭିତ୍ତିିରେ ନିଯୁକ୍ତି ପ୍ରଦାନ କରିବା ସହ ପାସେଞ୍ଜର ଟ୍ରେନ୍‌ରେ ସ୍ପେସାଲ୍‌ ଯାତ୍ରୀଭଡା ଆଦାୟ ବନ୍ଦ କରିବା ଆଦି ଦାବିରେ ସୋମବାର ଅନୁଗୋଳ ଜିଲା ଜନଜୀବନ ସୁରକ୍ଷା କମିଟି ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶିକ୍ଷକପଡାସ୍ଥ ନବକୃଷ୍ଣ ଚୌଧୁରୀ ସ୍ମୃତି ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି। କମିଟିର ଆବାହକ ପ୍ରମୋଦ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଶିକ୍ଷାବିତ୍‌ ଅଭିମନ୍ୟୁ ସ୍ବାଇଁ, ବରିଷ୍ଠ ଆଇନଜୀବୀ ରବୀନ୍ଦ୍ର ପ୍ରସାଦ ପଟ୍ଟନାୟକ, ରମେଶ ସାହୁ, ବ୍ରଜବନ୍ଧୁ ସାହୁ, ପଠାଣି ବାରିହା, ତୀର୍ଥବାସୀ ଭୋଇ, ଦାମୋଦର ଦାସ, ମାନସ ପାଳ, ତ୍ରିଲୋଚନ ଜେନା, ନିରୋଦ ପାଳ, ନିରୁପମା ପ୍ରଧାନ, ନବକିଶୋର ପ୍ରଧାନ, ବଳରାମ ବେହେରା, ଅଶୋକ କୁମାର ପ୍ରଧାନ ପ୍ରମୁଖ ଯୋଗଦେଇ ଅନୁଗୋଳ ଜିଲାର ଜନଜୀବନର ଜ୍ୱଳନ୍ତ ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରଶାସନିକ ଉଦାସୀନତା ଓ ଅବହେଳାକୁ ନିନ୍ଦା କରିଥିଲେ। ସମସ୍ୟାର ସମାଧାନ ଦାବିରେ ଶକ୍ତିଶାଳୀ ଆନ୍ଦୋଳନ ଗଢ଼ି ତୋଳିବା ପାଇଁ ଆସନ୍ତା ୨୧ ତାରିଖରେ ଏକ ଜିଲାସ୍ତରୀୟ ଆଲୋଚନା ସଭା ଆୟୋଜନ ପାଇଁ ବୈଠକରେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri