Posted inଜାତୀୟ

ତଓ୍ବାଙ୍ଗ ସଂଘର୍ଷକୁ ନେଇ ସଂସଦରେ ଉତ୍ତର ରଖିଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨: ଅରୁଣାଚଳ ପ୍ରଦେଶରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷକୁ ନେଇ ମଙ୍ଗଳବାର ସଂସଦର ଉଭୟ ଗୃହରେ ହଟ୍ଟଗୋଳ ଜାରି ରହିଛି। ଇତିମଧ୍ୟରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଲୋକ ସଭାରେ ଏହି ପ୍ରସଙ୍ଗ ଉପରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ତଓ୍ବାଙ୍ଗରେ ଭାରତ ଓ ଚାଇନା ମଧ୍ୟରେ ଘଟିଥିବା ସୈନ୍ୟଙ୍କ ସଂଘର୍ଷରେ ଭାରତର କୌଣସ ସୈନ୍ୟଙ୍କ ମୃତ୍ୟୁ ହୋଇନାହିଁ ଏବଂ କେହି ଗୁରୁତର ଆହତ ହୋଇନାହାନ୍ତି। ଗତ ଡିସେମ୍ବର ୯ତାରିଖ ରାତିରେ ତଓ୍ବାଙ୍ଗର ଏଲ୍‌ଏସିରେ ଚାଇନାର ପିଏଲ୍‌ଏ(ପିପୁଲ୍ସ ଲିବରେଶନ୍‌ ଆର୍ମି) ସୈନ୍ୟ ଅନୁପ୍ରେବଶ କରିବାକୁ ଉଦ୍ୟମ କରିଥିଲେ। ଏହି ସମୟରେ ଭାରତୀୟ ଯବାନ ତାଙ୍କୁ ଦୃଢ଼ତାର ବିରୋଧ କରିବା ସହ ସାହସିକ ଜବାବ ଦେଇଥିଲେ। ଭାରତୀୟ ସୈନ୍ୟ ଚାଇନା ସୈନ୍ୟଙ୍କୁ ତାଙ୍କ ପୋଷ୍ଟରୁ ପଛକୁ ଫେରିବାକୁ ବାଧ୍ୟ କରିଦେଇଥିଲେ। ଏହି ସମୟରେ ଆମର କୌଣସି ଯବାନଙ୍କ ମୃତ୍ୟୁ ହୋଇନାହିଁ କି କେହି ଗୁରୁତର ଆହତ ହୋଇନାହାନ୍ତି ବୋଲି ରାଜନାଥ ଗୃହରେ ଉତ୍ତର ରଖିଛନ୍ତି। ଏହି ଘଟଣା ପରେ ସ୍ଥାନୀୟ କମାଣ୍ଡର ଡିସେମ୍ବର ୧୧ରେ ସ୍ଥାପିତ ବ୍ୟବସ୍ଥା ଅନୁଯାୟୀ ନିଜ ଚାଇନା ପ୍ରତିପକ୍ଷଙ୍କ ସହ ଫ୍ଲାଗ୍‌ ମିଟିଂ କରି ଏସମ୍ପର୍କରେ ଆଲୋଚନା କରିଥିଲେ। ସୀମାରେ ଶାନ୍ତି ବଜାୟ ରଖିବା ପାଇଁ ଚାଇନା ପକ୍ଷଙ୍କୁ କୁହାଯାଇଥିଲା। କୁଟନୈତିକ ସ୍ତରରେ ମଧ୍ୟ ଚାଇନା ପକ୍ଷ ସହିତ ଏହି ପ୍ରସଙ୍ଗକୁ ଉଠାଯାଇଛି। ଆମର ସାର୍ବଭୌମିକ ଅଖଣ୍ଡତାକୁ ରକ୍ଷା କରିବାକୁ ଆମର ଯବାନ ସବୁବେଳେ ପ୍ରତିବଦ୍ଧ ଏବଂ ଏହା ବିରୋଧରେ କୌଣସି ଉଦ୍ୟମକୁ ରୋକିବାକୁ ସେମାନେ ସର୍ବଦା ତତ୍ପର ବୋଲି ରାଜନାଥ ଗୃହରେ ସମସ୍ତଙ୍କୁ ଆଶ୍ୱସ୍ତ କରିଛନ୍ତି। ଏଥିସହ ସେ ଗୃହରେ ସମସ୍ତଙ୍କଠାରୁ ଆଶା ରଖିଛନ୍ତି ଯେ, ଭାରତୀୟ ସୈନ୍ୟଙ୍କ ବୀରତ୍ୱ ଏବଂ ସାହସକୁ ସମସ୍ତେ ଏକ ସ୍ବରରେ ସମର୍ଥନ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri