Posted inଜାତୀୟ

ପିଲାଙ୍କ ମଧ୍ୟରେ ବଢୁଥିବା ନିଶାଭ୍ୟାସ ଅତ୍ୟନ୍ତ ସଙ୍କଟ ଜନକ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୨ : ଦେଶରେ ପିଲାମାନଙ୍କ ମଧ୍ୟରେ ବଢୁଥିବା ମଦ୍ୟପାନ ଏବଂ ନିଶା ସେବନ ଆଦି ନିଶାଭ୍ୟାସ ଉପରେ କରାଯାଇଥିବା ଆବେଦନ ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ଏହା ଅତ୍ୟନ୍ତ ସଙ୍କଟ ଜନକ। ଏହା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି କୋର୍ଟ କହିଛନ୍ତି। ଜଷ୍ଟିସ କେଏମ ଜୋସେଫ ଏହି ମାମଲାକୁ ପ୍ରଧାନ ବିଚାରପତିଙ୍କ ପାଖକୁ ପଠାଇବାବେଳେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଆଯାଇଥିବା ଏହି ମାମଲାର ଶୁଣାଣି କରିବାକୁ ଅନୁରୋଧ କରିଛନ୍ତି।

ଆବେଦନକାରୀ ଏନଜିଓ ବଚପନ ବଚାଓ ଆନ୍ଦୋଳନ ପକ୍ଷରୁ ହାଜର ହୋଇଥିବା ଆଡଭୋକେଟ ଏଚଏସ ଫୁଲକା ଜଷ୍ଟିସ କେଏମ ଜୋସେଫଙ୍କ ଏକ ବେଞ୍ଚରେ ଦାଖଲ କରି କହିଛନ୍ତି ଯେ ସାମାଜିକ ନ୍ୟାୟ ମନ୍ତ୍ରଣାଳୟ ଜାତୀୟ ସ୍ତରରେ ଏଥିପାଇଁ ଏକ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିଛି କିନ୍ତୁ ଏହା ସର୍ବୋଚ୍ଚ ନ୍ୟାୟାଳୟଙ୍କ ଆଦେଶକୁ ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟକାରୀ କରି ନାହିଁ। ଏହି ସମଗ୍ର ଘଟଣାରେ ବେଘର ପିଲାମାନଙ୍କ ପାଇଁ କୌଣସି ବ୍ୟବସ୍ଥା ରଖାଯାଇ ନାହିଁ। ସେମାନଙ୍କ ପାଇଁ ବିଶେଷ ବ୍ୟବସ୍ଥା କରିବାର ଆବଶ୍ୟକତା ଅଛି ବୋଲି ସେ କହିଛନ୍ତି।

ଏହା ଉପରେ ଜଷ୍ଟିସ କେଏମ ଜୋସେଫ କହିଛନ୍ତି ଯେ ମନ୍ତ୍ରଣାଳୟ ଦ୍ୱାରା ପ୍ରସ୍ତୁତ ଯୋଜନାରେ ତ୍ରୁଟି ଖୋଜିବା ପରିବର୍ତ୍ତେ, ଆପଣ କହିବାକୁ ଚାହାଁନ୍ତି ଯେ ଏହି ପ୍ରସଙ୍ଗରେ ଆହୁରି ଉନ୍ନତି ହୋଇପାରିବ। ଆପଣ ଏହା ଉପରେ ଏକ ଆଫିଡେଭିଟ ଫାଇଲ କରିପାରିବେ ।

ଅତିରିକ୍ତ ସୋଲିସିଟର ଜେନେରାଲ ଐଶ୍ୱର୍ଯ୍ୟା ଭାଟି କୋର୍ଟଙ୍କୁ କହିଛନ୍ତି ଯେ ସମାନ ମାମଲାରେ ସିଜେଆଇଙ୍କର ବେଞ୍ଚ ସ୍ବତଃ ପ୍ରବୃତ୍ତ ଭାବେ ନିଜ ପକ୍ଷରୁ ଶୁଣାଣି ଆରମ୍ଭ କରିଛନ୍ତି। ତାଙ୍କ ଦ୍ୱାରା ଏହି ମାମଲାର ଶୁଣାଣି ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri