ପୁଣି ନଷ୍ଟ ହେଲା ୧୪ କୋଟି ୫୦ ଲକ୍ଷ ଟଙ୍କାର ନୀଳ ଜହର

ବାଲିଗୁଡ଼ା,୧୪ା୧୨(ଡି.ଏନ୍‌.ଏ.): ଜୋର୍‌ ଧରିଲା ଅପରେଶନ ନୀଳ ଜହର। ଗଞ୍ଜେଇ ଚାଷର ମୂଳ ପୋଛ କରିବାକୁ ଅଣ୍ଟା ଭିଡ଼ିଛି କନ୍ଧମାଳ ପୋଲିସ। ପୁଣି ନଷ୍ଟ ହେଲା ୧୪ କୋଟି ୫୦ ଲକ୍ଷ ଟଙ୍କାର ବେଆଇନ ଗଞ୍ଜେଇ ଗଛ । ବାଲିଗୁଡ଼ା ଥାନା ଅଧିନସ୍ଥ ମହାସିଙ୍ଗି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ୧୪୫ ଏକର ଜଙ୍ଗଲ ଜମିରେ ବେଆଇନ ଭାବେ ଚାଷ ହୋଇଥିବା ଗଞ୍ଜେଇ ବାଡ଼କୁ ନଷ୍ଟ କରିଛି ପୋଲିସ ଓ ଅବକାରୀ ବିଭାଗର ମିଳିତ ଟିମ୍‌। କନ୍ଧମାଳ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ବାଲିଗୁଡ଼ା ଏସ୍‌ଡିପିଓ ଜି.ରାଘବେନ୍ଦ୍ର ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅଞ୍ଚଳରେ ଜାରି ରହିଛି ଅପରେଶନ ନୀଳ ଜହର। ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗର ମିଳିତ ପ୍ରୟାସରେ ବାଲିଗୁଡ଼ା ଥାନା ଅଞ୍ଚଳରୁ ବର୍ତ୍ତମାନ ସୁଦ୍ଧା ୧୮୨୦ ଏକର ଜଙ୍ଗଲ ଜମିରେ ହୋଇଥିବା ବେଆଇନ ଗଞ୍ଜେଇ ଗଛ କାଟି ସେଥିରେ ନିଆଁ ଲଗାଇ ପୋଡ଼ି ନଷ୍ଟ କରାଗଲାଣି। ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛର ଆନୁମାନିକ ମୂଲ୍ୟ ୧୮୨ କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ ଓ ଚୋରା ଚାଲାଣରେ ରୋକ ଲଗାଇବାକୁ ଏହି ପଦକ୍ଷେପ ଗ୍ରହଣ କରିଛି କନ୍ଧମାଳ ପୋଲିସ। ଆଗାମୀ ଦିନରେ ମଧ୍ୟ ବାଲିଗୁଡ଼ାର ଥାନା ଅଞ୍ଚଳରେ ଏହି ଅପରେଶନ ଜାରି ରହିବ ଏବଂ ଗଞ୍ଜେଇ ମାଫିଆଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri