Posted inଜାତୀୟ

ସ୍ତ୍ରୀଙ୍କୁ ହତ୍ୟାକରି ଡାକ୍ତର ଗିରଫ

ଲଖିମପୁର ଖେରି: ୧୫।୧୨: ଉତ୍ତର ପ୍ରଦେଶର ଲଖିମପୁର ଖେରିରେ ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଅଭିଷେକ ଅବସ୍ତି ନାମକ ଡାକ୍ତରଙ୍କୁ ପୋଲିସ ଗିରଫ କରିଛି। ଅଭିଷେକଙ୍କ ସ୍ତ୍ରୀ ବନ୍ଦନା (୨୮) ପେସାରେ ଡାକ୍ତର। ନଭେମ୍ବର ୨୬ରେ ଅଭିଷେକ ସ୍ତ୍ରୀଙ୍କୁ ହତ୍ୟା କରିଥିଲେ। ନିଜ ଘରଠାରୁ ୪୦୦ କି.ମି. ଦୂର ଗଡ଼ମୁକ୍ତେଶ୍ୱରରେ ନେଇ ତାଙ୍କ ଅନ୍ତିମ ସଂସ୍କାର କରିଥିଲେ। କୌଣସି କଥାକୁ ନେଇ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଅଭିଷେକ ରାଗିଯାଇ ବନ୍ଦନାଙ୍କ ମୁଣ୍ଡକୁ ଏକ ଭାରି ଜିନିଷରେ ପ୍ରହାର କରିଥିଲେ, ଯାହାଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ତେବେ ଅଭିଷେକଙ୍କୁ ଏଥିରେ ତାଙ୍କ ବାପା ଗୌରୀ ଶଙ୍କର ଅବସ୍ତି ସହଯୋଗ କରିଥିବା ପୋଲିସ କହିଛି। ସ୍ତ୍ରୀଙ୍କୁ ହତ୍ୟା ପରେ ଅଭିଷେକ ଥାନାରେ ଏକ ନିଖୋଜ ଅଭିଯୋଗ କରିଥିଲେ।

ମୃତଦେହକୁ ଅଭିଷେକ ଏକ ସୁଟ୍‌କେସ୍‌ରେ ଭର୍ତ୍ତି କରି ଆମ୍ବୁଲାନ୍ସ ଯୋଗେ ଗଡ଼ମୁକ୍ତେଶ୍ୱର ନେଇ ସେଠାରେ ପୋଡ଼ି ଦେଇଥିଲେ। ବନ୍ଦନାଙ୍କ ନିଖୋଜ ମାମଲାର ଯାଞ୍ଚ କରୁଥିବା ପୋଲିସର ସନ୍ଦେହ ଅଭିଷେକଙ୍କ ଉପରେ ହୋଇଥିଲା। ଏ ସଂକ୍ରାନ୍ତରେ ପୋଲିସ ପଚରାଉଚରା ଜାରି ରଖିଥିବାବେଳେ ଅଭିଷେକ ସତ ମାନିଯାଇଥିବା ପୋଲିସ କହିଛି। ତେବେ ଘଟଣାରେ ସମ୍ପୃକ୍ତ ଗୌରୀ ଶଙ୍କରଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। ପୋଲିସ ଘଟଣା ସମ୍ପର୍କରେ ଅଧିକ ଯାଞ୍ଚ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri