ଅନୁଭବଙ୍କ ବରବେଶ ଫଟୋକୁ ନେଇ ଚର୍ଚ୍ଚା

ବାରିପଦା ଅଫିସ,୧୭ା୧୨: ଓଡ଼ିଆ ସିନେ ତାରକା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ଏକ ବରବେଶ ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରିଛି। ତେବେ ଏହା ରିଲ୍‌ ନା ରିୟଲ ତାହାକୁ ନେଇ ଅନୁଭବ ଓ ବର୍ଷା ପ୍ରିୟଦର୍ଶିନୀଙ୍କ ଶୁଭେଚ୍ଛୁମାନେ ଆଶଙ୍କା ପ୍ରକାଶ କରିଛନ୍ତି ା ଦୀର୍ଘ ଦିନ ଧରି ବର୍ଷା-ଅନୁଭବ ବିବାଦ ଲାଗି ରହିଥିବା ବେଳେ ଏଭଳିି ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ତେବେ ଏହି ଫଟୋ ଓ ଭିଡିଓ ଓଡ଼ିଆ ଫିଲ୍ମ ‘ଲଭ୍‌ ଇନ୍‌ ଲଣ୍ଡନ’ର ଦୃଶ୍ୟ। ଏହି ସିନେମାର ଏକ ଗୀତର କିଛି ଅଂଶ ସୁଟିଂ ବାରିପଦାରେ ଚାଲିଥିଲା। ବିବାହ ମଣ୍ଡପରେ ବାହାଘରର ସାଜସଜ୍ଜା ହୋଇଥିବା ବେଳେ ବନ୍ଧୁବାନ୍ଧବଙ୍କ ଗହଳି ଲାଗି ରହିଥିଲା। ସୁନ୍ଦର ସାଜସଜ୍ଜା ସହ ଏକ ବର୍ଣ୍ଣାଢ୍ୟ ପରିବେଶରେ ଏହାର ସୁଟିଂ କରାଯାଇଛି। ଉକ୍ତ ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ମୟୂରଭଞ୍ଜ ଜିଲା ଖୁଣ୍ଟା ଅଞ୍ଚଳର ତାପସ ସରଘରିଆ ା କଳାର ସହର ବାରିପଦା ସ୍ଥିତ ରଘୁନାଥପୁର ଅଞ୍ଚଳରେ ଥିବା ସୁଭଦ୍ରା ବିବାହ ମଣ୍ଡପରେ ଏହି ଗୀତର ସୁଟିଂ କରାଯାଇଛି। ମୁଖ୍ୟ ଅଭିନେତା ଅନୁଭବ ମହାନ୍ତି, ନବାଗତା ଅଭିନେତ୍ରୀ ସୌମ୍ୟା, ପୁଷ୍ପା ପଣ୍ଡା ପ୍ରମୁଖ କଳାକାରମାନେ ଉପସ୍ଥିତ ଥିଲେ। ସୁଟିଂ ସେଟ୍‌ରେ ଫିଲ୍ମ ପ୍ରଯୋଜକ ଶୁଭେନ୍ଦୁ ସାହୁ, ସଞ୍ଜୀବ ଦ୍ୱିବେଦୀଙ୍କ ସହ ମୟୂରଭଞ୍ଜର ଅନେକ କଳାକାର ଓ ଟେକ୍ନିସିଆନ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...

ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ରେ ବଡ଼ ଧରଣର...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri