ବ୍ରିଜ୍‌କୁ ପିଟି ହୋଇ ଓଲଟିଲା କାର୍‌, ବୃଦ୍ଧାଙ୍କ ଜୀବନ ଗଲା

ବେଗୁନିଆପଡ଼ା,୧୭।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବେଗୁନିଆପଡାଠାରୁ ଭେଜିପୁଟ ରାସ୍ତାର ସୁମଣ୍ଡଳ ନିକଟସ୍ଥ ମା’ କାଳୀ ମନ୍ଦିର ପାଖରେ ଥିବା ବ୍ରିଜରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ କାର୍‌ ଭାରସାମ୍ୟ ହରାଇ ବ୍ରିଜକୁ ଧକ୍କା ଦେବା ପରେ ରାସ୍ତା ପାର୍ଶ୍ୱରେ ଯାଉଥିବା ଜଣେ ବୃଦ୍ଧାଙ୍କୁ ଧକ୍କା ଦେଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସୁମଣ୍ଡଳ ପଞ୍ଜାବୀ ସାହିର ତ୍ରିନାଥ ସ୍ବାଇଁଙ୍କ ସ୍ତ୍ରୀ ଶିଶୁଳା ସ୍ବାଇଁ(୬୦)।

ମିଳିଥିବା ସୂଚନା ଅନୁଯାୟୀ, ବେଗୁନିଆପଡା ପଟୁ ଏକ କାର୍‌ (ନମ୍ବର-ଓଡି୦୨ବିସି୭୯୬୨) ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ବ୍ରିଜ୍‌ର ଡାହାଣ ପାର୍ଶ୍ୱରେ ଖୁବ ଜୋରରେ ଧକ୍କା ଦେଇ ଓଲଟି ପଡିଥିଲା । ଏହି ସମୟରେ ରାସ୍ତାରେ ଆସୁଥିବା ଶିଶୁଳା ମଧ୍ୟ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଖଲ୍ଲିକୋଟ ମେଡିକାଲକୁ ନିଆଯାଇଥିଲା। ପରେ ଅବସ୍ଥା ଗୁରୁତର ହେବା ଯୋଗୁ ତାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ବେଗୁନିଆପଡା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡିକୁ ଜବତ କରିବା ସହ ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା।...

ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ...

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି...

୪ ଆସନରେ ନାମାଙ୍କନ ଭରି ଚର୍ଚ୍ଚାରେ ଜ୍ଞାନେନ୍ଦ୍ର

ସମ୍ବଲପୁର,୭।୫(ଭବାନୀ ଶଙ୍କର ଭୋଇ):ଚଳିତ ସାଧାରଣ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରାର୍ଥୀମାନେ ଚର୍ଚ୍ଚାର ପରିସରକୁ ଆସୁଛନ୍ତି । ଏମିତି ଜଣେ ସ୍ବାଧୀନ ପ୍ରାର୍ଥୀ ହେଲେ ଜ୍ଞାନେନ୍ଦ୍ର...

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri