ଦିଗପହଣ୍ଡି,୧୮ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ଜିଉରା ଗ୍ରାମରେ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା ପରେ ସ୍ବାମୀ ବିଲରେ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଛି।
ମୃତା ମହିଳା ହେଲେ ଜୟନ୍ତୀ ସାହୁ। ପୋଲିସ ରବିବାର ତାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଭିଯୁକ୍ତ ସ୍ବାମୀ ନାରାୟଣ ସାହୁଙ୍କୁ ଅଟକ ରଖିଛି।
ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମର ଦାମ ସାହୁଙ୍କ ଝିଅ ଜୟନ୍ତୀ ଜିଉରା ଗ୍ରାମର ନାରାୟଣଙ୍କୁ ପ୍ରାୟ ୧୫ବର୍ଷ ପୂର୍ବେ ବିବାହ କରିଥିଲେ। ସେମାନଙ୍କର ୨ଟି ପୁଅ ଓ ଗୋଟିଏ ଝିଅ। ଜୟନ୍ତୀଙ୍କ ବାପଘର ଲୋକ ମଧ୍ୟ କିଛି ବର୍ଷ ହେଲା ଗାଁ ଛାଡ଼ି ଜିଉରାରେ ରହି ଆସୁଛନ୍ତି। ନାରାୟଣ ବିଭିନ୍ନ ସମୟରେ ନିଶାସକ୍ତ ହୋଇ ଘରକୁ ଆସି ଜୟନ୍ତୀଙ୍କୁ ମାଡ ମାରୁଥିଲେ। ଶନିବାର ରାତିରେ ମଧ୍ୟ ସେ ଏଭଳି ଆସି କୌଣସି କଥାକୁ ନେଇ ସ୍ତ୍ରୀଙ୍କ ସହ ପାଟିତୁଣ୍ଡ କରିଥିଲେ। ରବିବାର ସକାଳେ ବାରିପଟ ଚାଷ ଜମିରେ ଜୟନ୍ତୀଙ୍କ ମୃତଦେହ ପଡ଼ିଥିବା କେତେଜଣ ଗ୍ରାମବାସୀ ଓ ବାପଘର ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ପାଟପୁର ଥାନା ଆଇଆଇସି ସବ୍ୟସାଚୀ ମଲ୍ଲ ସଦଳବଳ ଘଟଣାସ୍ଥଳକୁ ଆସି ତଦନ୍ତ କରିବା ସହ ଅଭିଯୁକ୍ତ ନାରାୟଣଙ୍କୁ କାବୁ କରିଥିଲେ। ଏ ନେଇ ଜୟନ୍ତୀଙ୍କ ଭାଇ ଚେରୁ ସାହୁଙ୍କ ଏତଲାକ୍ରମେ ପୋଲିସ ଏକ ମାମଲା(ନଂ. ୪୫୮/୨୨) ରୁଜୁ କରିଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଛି। ଜୟନ୍ତୀଙ୍କ ବେକରେ କ୍ଷତ ଚିହ୍ନ ରହିଛି। ତାଙ୍କୁ ତଣ୍ଟିଚିପି ଶ୍ୱାସରୁଦ୍ଧ କରି ମାରି ଦିଆଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲେ ମଧ୍ୟ ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ
ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ
ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...
Archives


