ୟୁବିଓଆଇର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପୁରସ୍କୃତ

ଭୁବନେଶ୍ୱର,୧୯।୧୨: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଓଆଇ)ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟକୁ ନିକଟରେ ‘କ୍ଷେତ୍ରୀୟ ରାଜଭାଷା ପୁରସ୍କାର’ରେ ପୁରସ୍କୃତ କରାଯାଇଛି। ବିଶେଷକରି ୨୦୨୦-୨୧ ବର୍ଷ ପାଇଁ ‘ଗ’ କ୍ଷେତ୍ରରେ ଉତ୍କୃଷ୍ଟ ରାଜଭାଷା କାର୍ଯ୍ୟାନ୍ବୟନ ନିମନ୍ତେ ଗୃହ ମନ୍ତ୍ରଣାଳୟ, ରାଜଭାଷା ବିଭାଗ, ଭାରତ ସରକାରଙ୍କ ପକ୍ଷରୁ ପ୍ରଥମ ପୁରସ୍କାର ପ୍ରଦାନ କରାଯାଇଥିବା ଜଣାପଡିଛି। ଏପରିକି ଭୁବନେଶ୍ୱରସ୍ଥିତ ସିଏସ୍‌ଆଇଆର୍‌-ଆଇଆଇଏମ୍‌ଟି ସମ୍ମିଳନୀ କକ୍ଷରେ ଆୟୋଜିତ ପୂର୍ବ ଓ ଉତ୍ତର ପୂର୍ବାଞ୍ଚଳର ସମ୍ମିଳିତ ରାଜଭାଷା ପୁରସ୍କାର ସମ୍ମିଳନୀ ଅବସରରେ କେନ୍ଦ୍ରୀୟ ଗୃହମନ୍ତ୍ରୀ ଅଜୟ କୁମାର ମିଶ୍ର ୟୁବିଓଆଇ କଟକ କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ତୁଷାରକାନ୍ତ କରଙ୍କୁ ଉକ୍ତ ପୁରସ୍କାର ପ୍ରଦାନ କରିଥିଲେ।

ସେହିଭଳି କଟକ କ୍ଷେତ୍ରର ପୂର୍ବତନ ରାଜଭାଷା ପ୍ରଭାରୀ ଅଖିଳେଶ କୁମାର ଏ ସମ୍ବନ୍ଧୀୟ ପ୍ରଶଂସାପତ୍ର ମଧ୍ୟ ପ୍ରାପ୍ତ କରିଥିଲେ। ଉକ୍ତ ସମ୍ମିଳନୀରେ ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳର କ୍ଷେତ୍ର ମହାପ୍ରବନ୍ଧକ ସର୍ଭେଶ ରଞ୍ଜନ ଓ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଅପରପକ୍ଷରେ କଟକ କ୍ଷେତ୍ରର ବର୍ତ୍ତମାନର ରାଜଭାଷା ପ୍ରଭାରୀ କୁନ୍ଦନ ଭଗତ, ଭୁବନେଶ୍ୱର ପ୍ରବନ୍ଧକ ସୁଶ୍ରୀ ପ୍ରୀତିଶ, କର୍ମଚାରୀ ପ୍ରଶିକ୍ଷଣ କେନ୍ଦ୍ରର ସହାୟକ ପ୍ରବନ୍ଧକ ସିଦ୍ଧାର୍ଥ ଶେଖରଙ୍କ ସମେତ ଅନ୍ୟ ରାଜଭାଷା ପ୍ରଭାରୀମାନେ ମଧ୍ୟ ଉକ୍ତ ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କ ପକ୍ଷରୁ ସମ୍ମିଳନୀ ସ୍ଥାନରେ ରାଜଭାଷା ପ୍ରଦର୍ଶନୀର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri