୨ ବର୍ଷ ହେଲା ସୋଲାର ପମ୍ପ ଅଚଳ

କର୍ଲାମୁଣ୍ଡା,୧୯।୧୨(ଡି.ଏନ.ଏ.):ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟା ତଥା ଅଭିଯୋଗଗୁଡ଼ିକ ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ନେବାକୁ ସରକାର ପ୍ରତି ପଞ୍ଚାୟତସ୍ତରରେ ଯୁଗ୍ମଜନଶିବିର କରିବାକୁ କଡାନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପଞ୍ଚାୟତଠୁଁ ବ୍ଲକସ୍ତରରେ ମଧ୍ୟ ଜନଶୁଣାଣି ଶିବିର ଆୟୋଜନ କରାଯାଇଛି। ତେବେ ନାମକୁ ମାତ୍ର ଜନଶୁଣାଣି ଶିବିର ହେଉଥିବା ଅଭିଯୋଗ ହେଉଛି। ଏପରି ଅଭିଯୋଗ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ ଶିଶାଖାଲ ଗାଁରୁ ଆସିଛି। ସୂଚନାମତେ ଏହି ଗାଁ ବ୍ଲକ ସଦର ମହକୁମାଠାରୁ ପ୍ରାୟ ୨୦ କିଲୋମିଟର ଦୂରରେ ଅବସ୍ଥିତ। ଶିଶାଖାଲ (ବସ୍ତିରେ) ୧୧୦ ପରିବାରରେ ପ୍ରାୟ ୪୫୦ଜଣ ଲୋକଙ୍କ ପିଇବା ପାଣି ପାଇଁ ରହିଛି ୪ଟି ନଳକୂପ। ସେଥି ମଧ୍ୟରୁ ୩ଟି ନଳକୂପର ପାଣି ବ୍ୟବହାର ଉପଯୋଗୀ ହୋଇ ନ ଥିବାରୁ ଲୋକଙ୍କ ପିଇବା ପାଣି ରବ୍ୟବସ୍ଥା ପାଇଁ ଗ୍ରାମପଞ୍ଚାୟତ ପକ୍ଷରୁ ୨୦୧୯ରେ ନଳକୂପରେ ସୋଲାର ବ୍ୟବସ୍ଥା କରାଯାଇଥିଲା। ପ୍ରଥମ ଗୋଟିଏ ବର୍ଷ ଠିକ ଭାବେ ଲୋକେ ସୋଲାର ଜରିଆରେ ସୁବିଧାରେ ପାଣି ପାଇଥିଲେ। ୨୦୨୦ରୁ ସୋଲାର ପମ୍ପ ଅଚଳାବସ୍ଥାରେ ପଡିରହିଛି। ଏଥିପାଇଁ ତତ୍କାଳୀନ ବ୍ଲକ ପ୍ରଶାସନଙ୍କୁ ବାରମ୍ବାର ଜଣାଇ ଥିଲେ ହେଁ କୌଣସି ସମାଧାନ ହେଇ ପାରି ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଅନ୍ୟପଟେ ନଭେମ୍ବରରେ ଜୋରାଡବରା ପଞ୍ଚାୟତରେ ଜନଶୁଣାଣି ଶିବିରରେ ଗ୍ରାମବାସୀ ଲିଖିତ ଅଭିଯୋଗ କରିଥିଲେ ହେଁ ସୋଲାର ପମ୍ପ ମରାମତି ବର୍ତ୍ତମାନ ସୁଦ୍ଧା ହେଇପାରି ନ ଥିବା ଦୁର୍ଭାଗ୍ୟର ବିଷୟ ବୋଲି ଗ୍ରାମବାସୀ କହିଛନ୍ତି। ଏ ନେଇ ବିଡିଓ ସୁଚରିତା ମୁଗ୍ରୀଙ୍କୁ ଯୋଗାଯୋଗ କରାଯିବାରୁ ବିଭାଗୀୟ ଯନ୍ତ୍ରୀଙ୍କୁ କହି ଶୀଘ୍ର ଯେମିତି ସମାଧାନ ହେବ, ସେ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣିଛନ୍ତି କି ପେଟ୍ରୋଲ-ଡିଜେଲ ବି ହୁଏ ଏକ୍ସପାରୀ, ଏତିକି ଦିନ ଯାଏ ରଖିପାରିବେ…

ଅଧିକାଂଶ ଲୋକ ବିଶ୍ୱାସ କରନ୍ତି ଯେ ଥରେ ଟ୍ୟାଙ୍କରେ ଭର୍ତ୍ତି କରି କିମ୍ୱା କ୍ୟାନରେ ସଂରକ୍ଷଣ କରିଦେଲେ, ଇନ୍ଧନ ସବୁଦିନ ପାଇଁ ରହିଥାଏ। କିନ୍ତୁ ଏହା...

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri