ପର୍ଯ୍ୟଟକଙ୍କ ମନମୋହୁଛି ଗଣ୍ଡାହାତୀ

ପାରଳାଖେମୁଣ୍ଡି,୨୦ା୧୨(ଗିରିଧାରୀ ପରିଚ୍ଛା): ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଗଜପତିର ଗଣ୍ଡାହାତୀ ଜଳପ୍ରପାତ। ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଗଜପତି ଜିଲାର ରହିଛି ସ୍ବତନ୍ତ୍ର ମାନ୍ୟତା। ଯେଉଁଠି ପ୍ରକୃତି ଅଜାଡ଼ି ଦେଇଛି ତା’ର ସବୁ କାରିଗରୀ, ତାହା ହେଉଛି ଗଣ୍ଡାହାତୀ ଜଳପ୍ରପାତ। ଜିଲା ସଦର ମହକୁମା ପାରଳାଖେମୁଣ୍ଡିଠାରୁ ପ୍ରାୟ ୩୦ କି.ମି. ଦୂରରେ ଅବସ୍ଥିତ ଏହି ପର୍ଯ୍ୟଟନସ୍ଥଳୀ। ସବୁବେଳେ ଏଠାରେ ଲାଗିରହିଥାଏ ପର୍ଯ୍ୟଟକଙ୍କ ଭିଡ଼। ଶୀତଋତୁର ଆଗମନ ପରେ ଏଠାକୁ ଲମ୍ବୁଛି ପର୍ଯ୍ୟଟକଙ୍କ ଧାଡ଼ି। ଜମୁଛି ପିକ୍‌ନିକ୍‌। କେବଳ ସେତିକି ନୁହେଁ, ଜଳପ୍ରପାତର କୁଳୁକୁଳୁ ନାଦ ପର୍ଯ୍ୟଟକଙ୍କ ମନକୁ ଆନନ୍ଦିତ କରୁଛି ।
ପ୍ରକୃତିର ସୁନ୍ଦରତା କାରଣରୁ ଶୀତଦିନେ ଖାସ୍‌କରି ନବବର୍ଷ ସମୟରେ ହଜାର ହଜାର ପର୍ଯ୍ୟଟକଙ୍କୁ ଡାକିଆଣେ ଗଣ୍ଡାହାତୀ। ଏଠାରେ ଥିବା ବିଭିନ୍ନ ପିକ୍‌ନିକ୍‌ ସ୍ପଟ୍‌ରେ ଏବେ ପ୍ରବଳ ଗହଳି ପରିଲକ୍ଷିତ ହୋଇଛି। ଆନ୍ଧ୍ର ଓ ଓଡ଼ିଶାର ବିଭିନ୍ନ ସ୍ଥାନରୁ ଲୋକେ ଆସି ଏଠାରେ ଭୋଜିଭାତ କରିବା ସହିତ ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରୁଛନ୍ତି। ବିଶେଷକରି ରବିବାର ତଥା ଛୁଟିଦିନମାନଙ୍କରେ ହଜାର ହଜାର ପର୍ଯ୍ୟଟକଙ୍କ ଭିଡ଼ ଜମିଥାଏ। ଏଠାରେ ଲୋକେ ବଣ ଜଙ୍ଗଲରେ ବୁଲିବା ସହ ଜଳ ପ୍ରପାତରେ ଗାଧୋଇବା ଏବଂ ସ୍ମୃତିକୁ ନିଜ କ୍ୟାମେରାରେ ଧରି ରଖିବାର ମଜା ନେବା ପାଇଁ ପର୍ଯ୍ୟଟକମାନେ କୌଣସି ମଉକା ଛାଡ଼ନ୍ତି ନାହିଁ। ତେବେ ଏଠାକୁ ଆସିଥିବା ପର୍ଯ୍ୟଟକ ରଞ୍ଜନ କୁମାର ସାହୁ କହିଛନ୍ତି, ‘ଏହି ସ୍ଥାନକୁ ଦେଖି ଆମ ଭିତରେ ଭିନ୍ନ ଏକ ଉନ୍ମାଦନା ସୃଷ୍ଟି ହେଉଛି, ଲାଗୁଛି ସତେ ଯେମିତି ସ୍ବର୍ଗପୁର। ଏଭଳି ପରିବେଶରେ ସାଙ୍ଗସାଥୀଙ୍କ ସହ ସମୟ ବିତାଇବା ଏକ ନିଆରା ଅନୁଭୂତି।’ ଶିଳ୍ପବିହୀନ ଗଜପତି ଜିଲାର ଅର୍ଥନୈତିକ ଏବଂ ସାମାଜିକ ଉନ୍ନତି କେବଳ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ପର୍ଯ୍ୟଟନ କ୍ଷେତ୍ର ପାଇଁ ସମ୍ଭବ ହୋଇପାରିଛି। ହେଲେ ସରକାର କିମ୍ବା ପର୍ଯ୍ୟଟନ ବିଭାଗ ଏହି ପ୍ରାକୃତିକ ମନୋରମ ଗନ୍ତାଘରର ଯେଭଳି ଉନ୍ନତି କରିବା କଥା ତାହା ଆଜିଯାଏ ହୋଇପାରିନାହିଁ। ଜିଲାର ଏହି ପ୍ରମୁଖ ପର୍ଯ୍ୟଟନସ୍ଥଳୀର ଯେଉଁଭଳି ଉନ୍ନତି ହେବା କଥା ତାହା ଆଜିଯାଏଁ ହୋଇ ପାରିନଥିବାରୁ ବୁଦ୍ଧିଜୀବୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri