ଦେବୋଲିନ କଲେଜ କୁଇନ୍‌

ଢେଙ୍କାନାଳ ଅଫିସ,୨୦ା୧୨: ଢେଙ୍କାନାଳ ସହର କୁଞ୍ଜକାନ୍ତ ଅଞ୍ଚଳରେ ରହୁଥିବା ଦେବୋଲିନ ବରାଳ ତରଙ୍ଗ ମ୍ୟୁଜିକ୍‌ କଲେଜ କୁଇନ ପ୍ରତିଯୋଗିତାରେ ଚଳିତ ବର୍ଷର ବିଜୟିନୀ ହୋଇଛନ୍ତି। ଫ୍ୟାଶନ ଓ ନୃତ୍ୟ କ୍ଷେତ୍ରରେ ନିଜର ଚମତ୍କାରିତା ପ୍ରତିପାଦିତ କରି ଦେବୋଲିନ କଲେଜ କୁଇନ୍‌ ମୁକୁଟ ହାସଲ କରିଛନ୍ତି। ଏହି ସଫଳତା ପାଇଁ ଢେଙ୍କାନାଳର ବହୁ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ, ସାଥୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରାୟ ୨ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ ଦେବୋଲିନ ଏହି କୃତିତ୍ୱ ହାସଲ କରିପାରିଛନ୍ତି। ଏଥିପୂର୍ବରୁ ସେ ଢେଙ୍କାନାଳ ଜିଲାରେ ବିଭିନ୍ନ ସାଂସ୍କୃତିକ ଉତ୍ସବରେ ର଼୍ୟାମ୍ପ ଶୋ, ନୃତ୍ୟ ଏବଂ ଅନ୍ୟ ଟ୍ୟାଲେଣ୍ଟ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରି ପୁରସ୍କୃତ ହେବା ସହିତ ସମ୍ବର୍ଦ୍ଧିତ ହୋଇଛନ୍ତି। ଦେବୋଲିନ ବର୍ତ୍ତମାନ ଭୁବନେଶ୍ୱରର ଏକ ସ୍କୁଲରେ ଯୁକ୍ତ୨ ବାଣିଜ୍ୟ ବିଭାଗର ଦ୍ୱିତୀୟ ବର୍ଷର ଛାତ୍ରୀ। ସେ ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳର ବାସିନ୍ଦା ଯୁବ ଆଇନଜୀବୀ ଦ୍ୱିତୀକୃଷ୍ଣ ବରାଳ ଓ ଜିଲା କାର୍ଯ୍ୟାଳୟର ରାଜସ୍ବ ବିଭାଗ ସହାୟିକା ଦେବଦର୍ଶିନୀ ସ୍ବାଇଁଙ୍କ ଜ୍ୟେଷ୍ଠ କନ୍ୟା। ଭବିଷ୍ୟତରେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ହେବା ଲକ୍ଷ୍ୟ ରଖି ସେ ଉଦ୍ୟମ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri