ରାୟଗଡ଼ା ଜିଲାରେ ଖୋଲିଲା ଧାନମଣ୍ଡି

ରାୟଗଡ଼ା ଅଫିସ/ରାୟଗଡ଼ା (ସ୍ବ.ପ୍ର.),୨୦ା୧୨: ରାୟଗଡ଼ା ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ମଣ୍ଡି ଖୋଲିଛି। ସ୍ଥାନୀୟ ଆର୍‌ଏମ୍‌ସି ବଜାର ପ୍ରାଙ୍ଗଣରେ ପୂଜାର୍ଚ୍ଚନା କରି ମଣ୍ଡିର ଶୁଭାରମ୍ଭ କରାଯାଇଛି। ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଜିଲାରେ ଖରିଫ୍‌ ଧାନ କ୍ରୟ ନିମନ୍ତେ ୨୦୨୩ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଧାନ ମଣ୍ଡି ଚାଲିବା ନେଇ ଆରଏମ୍‌ସି ସମ୍ପାଦକ ବିପିନ୍‌ ସ୍ବାଇଁ ସୂଚନା ଦେଇଛନ୍ତି। ମଣ୍ଡିରେ ଧାନ ବିକ୍ରିର ଲାଭ ବିଷୟରେ ଅତିରିକ୍ତ ଜିଲାପାଳ ସୂଚନା ଦେଇଥିଲେ।
ମଣ୍ଡିରେ ଚାଷୀ ସୁବିଧାରେ ଧାନ ବିକ୍ରି କରିବା ସହ ୭୨ ଘଣ୍ଟା ମଧ୍ୟରେ କିପରି ବ୍ୟାଙ୍କ ଆକାଉଣ୍ଟରେ ନିଜର ଟଙ୍କା ପାଇବେ ସେଥିପ୍ରତି ଧ୍ୟାନ ଦେବାକୁ ଯୋଗାଣ ବିଭାଗ ଏବଂ ସମବାୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ା ସେହିଭଳି ମଣ୍ଡିରେ ଚାଷୀ ବିଶ୍ରାମ ନେବା ପାଇଁ ବ୍ୟବସ୍ଥା କରିବା ସହ ଧାନ ସୁରକ୍ଷିତ ପାଇଁ ପଲିଥିନ୍‌ ବ୍ୟବସ୍ଥା କରିବା ପାଇଁ କହିଥିଲେ। ଚଳିତ ବର୍ଷ ୧୩ ଲାମ୍ପ୍‌ସ ଓ ଗୋଟିଏ ଏମ୍‌ପିସିଏସ୍‌ ଜରିଆରେ ଧାନ କିଣାଯିବ। ଜିଲାରେ ୨୦ ହଜାର ୪୮୨ ଚାଷୀ ଧାନ ବିକ୍ରି ପାଇଁ ପଞ୍ଜୀକରଣ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୮ ଲକ୍ଷ ୮୧ ହଜାର ୪ଶହ କୁଇଣ୍ଟାଲ ଟାର୍ଗେଟ ଯୋଗାଣ ବିଭାଗକୁ ଦିଆଯାଇଛି। ଧାନ ସଂଗ୍ରହକୁ ଲକ୍ଷ୍ୟ କରି ଦ୍ୱିତୀୟ ପର୍ଯ୍ୟାୟ ଧାନ କ୍ରୟ ନିମନ୍ତେ ଟାର୍ଗେଟ ଦିଆଯିବ ବୋଲି ସୂଚନା ମିଳିଛି। ଚଳିତ ଥର ୪୨ ସ୍ଥାନରେ ମଣ୍ଡି ବ୍ୟବସ୍ଥା କରାଯାଇଛି। ଉଦ୍‌ଘାଟନି କାର୍ଯ୍ୟକ୍ରମରେ ଉପଜିଲାପାଳ ଭୀମଶେନ ଶବର, ଜିଲା ଯୋଗାଣ ଅଧିକାରୀ ରାଜକିଶୋର ପାଣିଗ୍ରାହୀ, ଆର୍‌ଏମ୍‌ସି ସମ୍ପାଦକ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ଗ୍ରାମର ଆର୍‌ଏମ୍‌ସି ବଜାର ପ୍ରାଙ୍ଗଣରେ ମଣ୍ଡି ଆରମ୍ଭ ହୋଇଛି। ସହକାରୀ ସମବାୟ ନିବନ୍ଧକ ଦୀପକ କୁମାର ବାରା ମୁଖ୍ୟ ଅତିଥି ଏବଂ ଲାମ୍ପ୍‌ସ ସଭାପତି ଶଙ୍କର ହୁଇକା ସମ୍ମାନିତ ଅତିଥି ରୂପେ ଯୋଗଦେଇ ମଣ୍ଡି ଉଦ୍‌ଘାଟନ କରିଥିଲେ। ତେବେ ସୋମବାର ପ୍ରଥମ ଦିନରେ ଜଣେ ମଧ୍ୟ ଚାଷୀ ଧାନ ବିକ୍ରି କରିପାରି ନାହାନ୍ତି। ଟୋକନ୍‌ ପାଇଥିଲେ ମଧ୍ୟ ଆର୍‌ଏମସିକୁ ଟାର୍ଗେଟ ମିଳି ନଥିବା ଯୋଗୁ ଚାଷୀ ଧାନ ବିକ୍ରି କରିପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri