ବିଆଇପିଏଫ୍‌କୁ ଇଣ୍ଡିଆ ସିଏସ୍‌ଆର୍‌ ପୁରସ୍କାର

ଭୁବନେଶ୍ୱର,୨୧।୧୨: ରାଜ୍ୟର ପ୍ରମୁଖ ଶିଳ୍ପସଂସ୍ଥା ଇମ୍ପାର ସହଯୋଗୀ ଅନୁଷ୍ଠାନ ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେଶନ(ବିଆଇପିଏଫ୍‌)କୁ ନିକଟରେ ଇଣ୍ଡିଆ ସିଏସ୍‌ଆର୍‌ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ବିଶେଷକରି ବିଆଇପିଏଫ୍‌ ତା’ର କାର୍ଯ୍ୟକ୍ଷେତ୍ରର ପାରିପାର୍ଶି୍ବକ ଅଞ୍ଚଳରେ ସ୍ବାସ୍ଥ୍ୟ, ଶିକ୍ଷା ଏବଂ ଜୀବିକାର ଉନ୍ନତି ପାଇଁ ବ୍ୟାପକ ସହଯୋଗୀ ଭାବେ କାର୍ଯ୍ୟ ନିର୍ବାହ କରିଥିବାରୁ ଅନୁଷ୍ଠାନକୁ ଉପରୋକ୍ତ ପୁରସ୍କାର ମିଳିଥିବା ଜଣାପଡ଼ିଛି। ଏପରିକି ନୂଆଦିଲ୍ଲୀଠାରେ ଅନୁଷ୍ଠିତ ୧୩ତମ ସିଏସ୍‌ଆର୍‌ ଲିଡରଶିପ୍‌ ସମିଟ୍‌-୨୦୨୨ କାର୍ଯ୍ୟକ୍ରମରେ ବିଆଇପିଏଫ୍‌କୁ ସିଏସ୍‌ଆର୍‌ ବିଜେତା ଭାବେ ପୁରସ୍କୃତ କରାଯାଇଛି। ଏହି ପରିପ୍ରେକ୍ଷୀରେ ପୂର୍ବତନ ଏମ୍‌ପି ଆର୍‌.କେ. ସିଂହ ଏବଂ କର୍ନାଟକର ଅତିରିକ୍ତ ମୁଖ୍ୟ ସଚିବ ଡ. ଶାଲିନୀ ରଜନୀଶଙ୍କ ଅନୁଗ୍ରହରେ ବିଆଇପିଏଫ୍‌ର ଉପସଭାପତି ଅଶୋକ ବେହେରା ଉକ୍ତ ପୁରସ୍କାର ଗ୍ରହଣ କରିଛନ୍ତି। ସେହିଭଳି ଉକ୍ତ ପୁରସ୍କାରଗୁଡ଼ିକ ସମ୍ପ୍ରଦାୟର ବିକାଶ ଏବଂ ସିଏସ୍‌ଆର କାର୍ଯ୍ୟକଳାପ ପାଇଁ ଦେଶର ବିଭିନ୍ନ ଶିଳ୍ପ ଅନୁଷ୍ଠାନର ଶ୍ରେଷ୍ଠ ଅବଦାନକାରୀଙ୍କୁ ଇଣ୍ଡିଆ ସିଏସ୍‌ଆର ନେଟ୍‌ୱର୍କ ଦ୍ୱାରା ପ୍ରତିବର୍ଷ ପ୍ରଦାନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ଏହି ଦୁଇ କୁଖ୍ୟାତ ମାଓବାଦୀ, ଏବେ ବି ଜାରି ରହିଛି…

ଫୁଲବାଣୀ/ତୁମୁଡ଼ିବନ୍ଧ,୨୫ା୧୨(ରାକେଶ କୁମାର ରାଉତ/ଦୀପକ ପରାସେଠ): କନ୍ଧମାଳ ଜିଲାରେ ମାଓବାଦୀ ମୂଳୋତ୍ପାଟନ ପାଇଁ ଜୋର୍‌ଦାର କୋମ୍ବିଂ ଅପରେଶନ ଚାଲିଛି । ବୁଧବାର ରାତିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨...

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି ।...

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରଷିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri